Daily Horoscope 28th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Aug 28, 2026 - 09:16
Daily Horoscope 28th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ। ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି। ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ।
ଦ୍ୱିଜା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ପରିବାରରେ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। 
କୃତିକା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ। ମହିଳାମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ।

ବୃଷ-
କୃତିକା- ଶରୀର ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍। ପରିବାରରେ ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହେବ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ।
ରୋହିଣୀ- ଅଫିସ୍ କାର୍ଯ୍ୟରେ ବେଶି ବ୍ୟସ୍ତ ରହି ଘର ପାଇଁ ରହିଥିବା ଗୁରୁତ୍ୱପୂର୍ଣ୍ଣ କାମକୁ ପାସୋରି ଦେଇପାରନ୍ତି। ରାଜନୀତିରେ ଜନସେବା ପ୍ରତି ମନ ବଳିବ।
ମୃଗଶିରା- ନୂତନ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିପାରନ୍ତି। ଜୀବନରେ ନୂଆ କିଛି ଶିଖିବାର ସଙ୍କେତ ପାଇ ପାରନ୍ତି। 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କୈାଣସି ଧର୍ମାନୁଷ୍ଠାନରେ କିଛି ଚାଉଳ ଦାନ କରନ୍ତୁ।
 
ମିଥୁନ-
ମୃଗଶିରା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି। ଦାମ୍ପତ୍ୟ ଜୀବନରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ।     
ଆଦ୍ରା- ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ। ସମାଜ କଲ୍ୟାଣ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ। ଅଧିକ ଆତ୍ମବିଶ୍ୱାସ ଅସୁବିଧାରେ ପକାଇପାରେ।
ପୁନର୍ବସୁ- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ। ମହିଳାମାନେ ଭ୍ରମଣର ସୁଯୋଗ ପାଇବେ। ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ। ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ।

କର୍କଟ-
ପୁନର୍ବସୁ- କର୍ମକ୍ଷେତ୍ରରେ ସହକର୍ମୀଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ। ବନ୍ଧୁ ଗହଣରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। 
ପୁଷ୍ୟା- ସହକର୍ମୀଙ୍କ ସହ ଆଳାପ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ। ଅଫିସରେ ଥିବା ସମୟରେ ହଠାତ୍ କୌଣସି ଖବର ପାଇ ଚକିତ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗରେ ଅଭିଳାଷ ପୂରଣ ହେବ।
ଅଶ୍ଲେଷା- ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ଅତି ଭଲ ପାଉଥିବା ବ୍ୟକ୍ତିଟି ପ୍ରତି ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ସକାଳୁ ପଶୁ- ପକ୍ଷୀମାନଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।
  
ସିଂହ-
ମଘା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍‌।
ପୂ,ଫାଲଗୁନି- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ। ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ। ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ। ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ।  
ଉ,ଫାଲଗୁନି- ସାମାଜିକ କାର୍ଯ୍ୟରେ ସଫଳତା ପାଇବେ। ସହଯୋଗୀମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ। ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ।

କନ୍ୟା-
ଉ,ଫଳଗୁନି- କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ କାମ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ହସ୍ତା- ସଫଳତାର ଅଭାବ ଓ ସଂଘର୍ଷମୟ ସ୍ଥିତି ହେତୁ ଅଧିକାଂଶ ସମୟ ତର୍କବିବାଦରେ ଅତିବାହିତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍ ହେବ ନାହିଁ।
ଚିତ୍ରା- ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ।
  
ତୁଳା-
ଚିତ୍ରା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି। ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ। କର୍ମ କ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ।
ସ୍ୱାତୀ- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ମହିଳାମାନେ କାର୍ଯ୍ୟବ୍ୟସ୍ତ ରହିବେ। ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ। ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ।
ବିଶାଖା- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବିଦ୍ୟାର୍ଥୀମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ। ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ।

ବିଛା-
ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଏକପ୍ରକାର ଭଲ ରହିବ। ଘରଲୋକଙ୍କୁ ଅବିଶ୍ୱାସ କରିବା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବାଣିଜ୍ୟ- ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରିବାକୁ ପଡିବ।
ଅନୁରାଧା- ଯେତିକି ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ବିରୋଧାତ୍ମକ କଥା ଶୁଣି କୌଣସି ମନ୍ତବ୍ୟ ଦେବା କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ଜ୍ୟେଷ୍ଠା- କଚେରି ମାମଲା, ଘରୋଇ ଟେନ୍‌ସନ ଦୂର ହେବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ।
 
ଧନୁ-
ମୂଳା- କର୍ମଜୀବିମାନେ ଅତ୍ୟନ୍ତ ସଫଳତା ପାଇବେ। ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ। ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ। ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ।
ପୂ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ। ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ। ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ।
ଉ,ଷାଢା- ଶତୃକୁ ଶରଣାଗତ କରାଇପାରନ୍ତି। ମହିଳାମାନେ ଉଦାର ସ୍ୱଭାବ ରହିବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ।

ମକର-
ଉ,ଷାଢା- ଦେହର ଯତ୍ନ ନିଅନ୍ତୁ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। 
ଶ୍ରବଣା- ବ୍ୟବସାୟ, ନିର୍ମାଣ, କାରିଗରିରେ ଉନ୍ନତି କରିବେ। ସାମୟିକ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଅନ୍ୟମନସ୍କତା କାରଣରୁ ଟଙ୍କା ପଇସା କିମ୍ବା କୌଣସି ଜିନିଷ ହଜିଯାଇପାରେ। 
ଧନିଷ୍ଠା- କ୍ରୀଡ଼ା କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ। ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ। 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

କୁମ୍ଭ-
ଧନିଷ୍ଠା- ସାଂସାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ। ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ।
ଶତଭିଷା- ପରୋକ୍ଷ ଶତୃତା ଲାଗି ରହି ପାରେ ସେଥିପ୍ରତି ସତର୍କ ରୁହନ୍ତୁ। ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ। ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମିଶାଇବେ। ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି।
ପୂ,ଭାଦ୍ରପଦ- ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ। ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ।

ମୀନ-
ପୂ,ଭାଦ୍ରପଦ- ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଦୈହିକ ଦୁର୍ବଳତା କ୍ରମଶଃ ବୃଦ୍ଧି ପାଇବ।          
ଉ,ଭାଦ୍ରପଦ- ଅଫିସରରେ କୈାଣସି କାମକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପିଲାଙ୍କ ପାଠପଢ଼ା ସମସ୍ୟା ନେଇ ଚିନ୍ତିତ ରହିବେ।
ରେବତୀ- ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ପରେ ସେଥିରେ ସଫଳତା ହାସଲ କରିବେ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।