Daily Horoscope 28th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ ଅଶ୍ୱନୀ – ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ।
ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ ।
ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ଦ୍ୱିଜା – ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ ।
ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ ।
କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ ।
ସମାଜ ସେବାରେ ସ୍ୱନାମ ପାଇବେ ।
କୃତିକା – ପରିବାରର ମାମଲା ଘରେ ହିଁ ସମାଧାନ ହୋଇଯିବ ।
ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ ।
ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ ।
ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ Advertisment ବୃଷ କୃତିକା- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ ।
ବ୍ୟବସାୟର ପଥ ସୁଗମ ହେବ ।
ସଂସାରିକ ଜୀବନ ଖୁବ ଭଲ ରହିବ ।
ପ୍ରେମ ସମ୍ପର୍କ ମଧୁର ରହିବ।
ରୋହିଣୀ – ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି ।
ପିଲାମାନେ ପରିଶ୍ରମୀ ହେବେ ।
ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ମୃଗଶିରା – ଜମି ମାମଲା ତୁଟି ଯିବ ।
ମହିଳା ମାନେ ସୁଗୁଣ ହେବେ ।
କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ମିଥୁନ ମୃଗଶିରା - ସୁସ୍ଥ ମାନସିକତା ରକ୍ଷା କରିବେ ।
ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି ।
ଚିନ୍ତା ମୁକ୍ତ ରହିବେ ।
ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ।
ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ଆଦ୍ରା - କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ଲାଭବାନ୍ ହେବେ ।
ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ ।
ସଂଘର୍ଷ କରି ବିଜୟ ଲାଭ ପାଇବେ ।
ପୁନର୍ବସୁ - ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ ।
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ Advertisment କର୍କଟ ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ ।
ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ ।
ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ ।
ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।
ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ ।
ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ ।
ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ସିଂହ ମଘା – ମାନସିକ ଦୁଶ୍ଚିନ୍ତା ଦୂର ହେବ ।
ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି ।
ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।
ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ପୂ , ଫାଲଗୁନୀ - ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ ।
ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ ।
ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।
ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ଉ ,ଫାଲଗୁନୀ – ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।
ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ ।
ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ କନ୍ୟା ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ ।
ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ ।
ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ ।
ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ ।
ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ ।
ପିଲାମାନେ ଅପଯଶ ପାଇପାରନ୍ତି ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ ।
ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ।
ମହିଳାମାନେ ଧର୍ମପାରାୟଣ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ ତୁଳା - ଚିତ୍ରା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଗତି ଉତ୍ସାହପୂର୍ଣ୍ଣ ହେବ ।
କାର୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ ।
ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ସ୍ୱାତୀ – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ ।
ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ ।
ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।
ବିଶାଖା – ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ ।
ମହିଳା ମାନେ ନକରାତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ ।
ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ ବିଛା ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ ।
ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ ।
ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।
ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ ।
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ୟ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ ।
ପିଲାମାନେ ରୋଗାକ୍ରାନ୍ତ ହେବେ ।
ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ ।
କୋର୍ଟରେ ଶୁଭ ଫଳ ପାଇବେ ।
ମହିଳାମାନେ ନିରାଶବାଦୀ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ ଧନୁ ମୂଳା – ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ ।
କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ ।
ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।
ପୂ , ଷାଢା – ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ ।
ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।
ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ ।
ରାଜନୀତିରେ ଆଗ୍ରହ ବଢିପାରେ ।
ଉ , ଷାଢା – ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି ।
କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ମହିଳା ମାନେ ଦୁଃଖିତ ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ ମକର ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ ।
ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ ।
କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।
ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।
ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ ।
ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।
ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ ।
ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ କୁମ୍ଭ ଧନିଷ୍ଠା – ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ ।
ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ ।
ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ ।
ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।
ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ ।
ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ ।
ଚଳଚ୍ଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
ପୂ , ଭାଦ୍ରପଦ – ଶତୃକୁ ଶରଣାଗତ କରାଇପାରନ୍ତି ।
ମହିଳା ମାନେ ଉଦାର ସ୍ୱଭାବ ରହିବେ ।
ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି ।
ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ ମୀନ ପୂ , ଭାଦ୍ରପଦ - ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ।
ଆୟ ବଢ଼ିବାରେ ବାଧା ଉପୁଜିବ ।
ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ ।
ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ଉ , ଭଦ୍ରପଦ - ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ ।
କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ ।
ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।
ରେବତୀ – ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି ।
ମହିଳା ମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ ।
କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।