Daily Horoscope 29th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ମାନସିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ଥାଇ ସୁଦ୍ଧା କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ଦ୍ୱିଜା- ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭ କରି ସାମୟିକ ଖୁସୀ ରହିବେ ।
କୃତିକା- ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
କୃତିକା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।
ରୋହିଣୀ- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।
ମୃଗଶିରା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ଦେହ ପିଡାରୁ ମୁକ୍ତ ରହିବେ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଆଦ୍ରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ପୁନର୍ବସୁ- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । କୋର୍ଟ ମାମଲାରେ ଲାଭ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
କର୍କଟ-
ପୁନର୍ବସୁ- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।
ପୁଷ୍ୟା- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।
ଅଶ୍ଳେଷା- ନୂତନ ପୋଷାକ ଅଳଙ୍କାର ନିଜ ପାଇଁ କିଣି ପାରନ୍ତି । ଧୈର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । ବେପାର ବୃତିରୁ ସଫଳତା ହାସଲ କରିବେ ।
ପୂ- ଫାଲ୍ଗୁନୀ- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ଶିକ୍ଷାର୍ଥୀ ପଢାରେ କୃତକାର୍ଯ୍ୟ କରିବେ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।
ଉ- ଫାଲ୍ଗୁନୀ- ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ସମ୍ପତି କିଣିବାର ଯୋଗ ରହିଛି । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ ।
ହସ୍ତା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ। ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ଚିତ୍ରା- କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ । କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ ।
ସ୍ୱାତୀ- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ବିଶାଖା- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଚଉଳା ମୂଳେ ପାଣି ଢାଳି ଦିନ ଆରମ୍ଭ କରନ୍ତୁ
ବିଛା-
ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।
ଅନୁରାଧା- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ ।
ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିଶୃତି ରକ୍ଷା କରିପାରିବେ ନାହିଁ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ମକର
ଉ, ଷାଢା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।
ଶ୍ରବଣା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।
ଧନିଷ୍ଠା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ।
ପୂ, ଷାଢା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଉ, ଷାଢା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
କୁମ୍ଭ
ଧନିଷ୍ଠା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ଶତଭିଷା- ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।
ପୂ, ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ମହିଳା ମାନେ ଘର କାମକୁ ଠିକ୍ରେ ତୁଲାଇବେ । କୋର୍ଟର ଶୁଣାଣି ଡେରି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ
ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।
ଉ, ଭାଦ୍ରପଦ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ରେବତୀ- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।