Daily Horoscope 29th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 29, 2026 - 08:02
Daily Horoscope 29th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ ଅଶ୍ୱନୀ – ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ ।

ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ ।

ଦେହ, ମନ ଭଲ ରହିବ ।

ଦ୍ୱିଜା – ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ କରିବେ ।

ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ ।

ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

କୃତିକା – ନୂଆ ଜମି କ୍ରୟ କରିବେ ।

ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ ।

କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ଗୋ ମାତାଙ୍କୁ ଖାଇବାକୁ ଦିଅନ୍ତୁ Advertisment ବୃଷ- କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ ।

ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି ।

ରୋହିଣୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।

ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

ରାଜନୀତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ମୃଗଶିରା- ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ ମଧ୍ୟମ ଧରଣର ଫଳ ପାଇବେ ।

ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।

ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ମିଥୁନ ମୃଗଶିରା - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ ।

ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ ।

ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ।

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ।

ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ ।

ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।

ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ ।

କୋର୍ଟର ରାୟ ଡେରି ହୋଇପାରେ ।

ମହିଳା ମାନଙ୍କ ଦିନ ଭଲରେ କଟିବ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ Advertisment କର୍କଟ- ପୁନର୍ବସୁ- ସ୍ୱାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ ।

ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ହେବ ।

ନୂତନ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇବେ ।

ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ।

ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢ କରିବେ ।

ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ନ ରହିଲେ ଅନୁତାପ କରିବାକୁ ପଡିପାରେ ।

ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ମାଲିମକଦ୍ଦମାରେ ସଫଳତା ମିଳିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ସିଂହ ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ ।

ବ୍ୟବସାୟରେ କ୍ଷତିରେ ପଡିପାରନ୍ତି ।

ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।

ପୂ , ଫାଲଗୁନୀ - ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ ।

ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।

ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ଉ ,ଫାଲଗୁନୀ – ଭୁସମ୍ପତ୍ତି ସମାନ ପରିମାଣରେ ଭାଗ ହୋଇପାରେ ।

ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ ।

ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ କନ୍ୟା- ଉ,ଫଳଗୁନି- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ ।

ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି ।

ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ ।

ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।

ହସ୍ତା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ ।

ଚାକିରିରେ କିଛି ପରିବର୍ତନ ଆସିପାରେ ।

ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣ ରୂପେ ସହଯୋଗ ପାଇବେ ।

ଚିତ୍ରା- ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ରାଜନିତିରେ ସହଯୋଗ ମିଳିବ ।

ପାଠ ପଢାରେ ପରିଶ୍ରମ କରିବାକୁ ପଡିବ ।

କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ ତୁଳା - ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ ।

ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ ।

ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ ।

ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ ।

କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।

ମହିଳା ମାନେ ତିରସ୍କୃତ ହୋଇପାରନ୍ତି ।

ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି ।

ରାଜନୀତିରେ ସହାନୁଭୁତି ମିଳିବ ।

ମହିଳା ମାନେ ଦାମ୍ପତ୍ୟ ସୁଖ ଉପଭୋଗ କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ବିଛା- ବିଶାଖା- ସାଂସାରିକ କ୍ଷେତ୍ରରେ ସୁଖ ସମୃ‌ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ ।

ଅନୁରାଧା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ ।

କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ ।

ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଜ୍ୟେଷ୍ଠା- ଜାଗା, ଜମି ଆଦି କ୍ରୟ କରିବେ ।

କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ ।

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ବିଦ୍ୟାର୍ଥୀମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ଧନୁ ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି ।

ଚାକିରୀ କ୍ଷେତ୍ରରେ ଅପମାନ ପାଇବେ ।

ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ ।

ଅର୍ଜିତ ଧନ ଓ ମାନ ହରାଇବେ ।

ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି ।

ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି ।

ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ମକର- ଉ,ଷାଢା-ନବବିବାହିତା ଦମ୍ପତି ମାନଙ୍କ ଜୀବନ ସୁଖପ୍ରଦ ରହିବ ।

ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ ।

ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ ।

ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ ।

ମାନସିକ ସ୍ତରରେ ଉନ୍ନତି ଆସିବ ।

କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ ।

ପିଲାଙ୍କ ଉନ୍ନତ କାର୍ଯ୍ୟ କଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି ।

ଧନିଷ୍ଠା- ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।

କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ କୁମ୍ଭ ଧନିଷ୍ଠା – ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ ।

କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ ।

ହଠାତ କୈାଣସି ଖୁସି ଖବର ପାଇବେ ।

ଶତଭିଷା – କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି ।

ବ୍ୟବସାୟରେ ଆୟ ବୃଦ୍ଧି କରିବେ ।

ପିଲାମାନେ କୃତିତ୍ୱ ଅର୍ଜନ କରିବେ ।

ପୂ , ଭାଦ୍ରପଦ – ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ ।

ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।

ମହିଳା ମାନେ ଦର୍ଶନାଭିଳାଷି ହେବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ମୀନ- ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ ।

ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ ।

ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଞ୍ଚୟ କରିପାରନ୍ତି ।

ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ଉ,ଭାଦ୍ରପଦ- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ରେବତୀ- ରାଜନିତିରେ ଆଗ୍ରହ ବଢିପାରେ ।

ଛାତ୍ରଛାତ୍ରିମାନେ ପଢାରେ ସହଯୋଗ ପାଇବେ ।

କଚେରୀ ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।