Daily Horoscope 29th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Sep 29, 2026 - 08:26
Daily Horoscope 29th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ସାମାନ୍ୟ ଶାରୀରିକ ଅସୁସ୍ଥ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ।
ଦ୍ୱିଜା- ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ସଭାସମିତି ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ।
କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ  ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ।

ବୃଷ-
କୃତିକା  - ଜଣେ ବାଲ୍ୟ ବନ୍ଧୁଙ୍କ ସାହାଯ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ। ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ। କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ।
ରୋହିଣୀ – ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ  ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।
ମୃଗଶିରା – ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ 

ମିଥୁନ-
ମୃଗଶିରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ରଖିବା ପାଇଁ ସମର୍ଥ ହେବେ।
ଆଦ୍ରା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳାମାନେ ଇଶ୍ୱର ବିଶ୍ୱାସୀ ହେବେ।
ପୁନର୍ବସୁ- ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବାଦରୁ ମୁକ୍ତି ମିଳିବ । ନିଜକୁ ଧର୍ମକାର୍ଯ୍ୟରେ ନିୟୋଜିତ କରିପାରନ୍ତି
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶ୍ରୀ ରାମଙ୍କ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

କର୍କଟ
ପୁନର୍ବସୁ -  ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ ।
ପୁଷ୍ୟା –  ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାର୍ଥିମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । 
ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳାମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ସିଂହ-
ମଘା- ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ପରସ୍ପରକୁ ଭଲ ଭାବରେ ବୁଝିବା ଆରମ୍ଭ କରିବେ
ପୂ,ଫାଲଗୁନି- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।
ଉ,ଫାଲଗୁନି- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ 

କନ୍ୟା-
ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ହସ୍ତା – ରାଜନିତୀ କ୍ଷେତ୍ରରେ ବିଜୟ ଲାଭ କରିବେ ।  କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାର୍ଥିମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ । ଚିତ୍ରା – ମାଲିମକଦ୍ଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ଯ୍ୟ ଅତି ଶିଘ୍ର ପୂରଣ ହେବ । ସାଂସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ 

ତୁଳା-
ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ
ସ୍ୱାତୀ- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ ।  ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ
ବିଶାଖା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ବିଛା-
ବିଶାଖା – ଶରୀର ଭଲ ରହିବ ସହିତ ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ 
ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀମାନେ ଅଧିକ  ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ।
ଜ୍ୟେଷ୍ଠା  – କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ। ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ। 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଧନୁ-
ମୂଳା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ
ପୂ,ଷାଢା- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ ସବୁ ପରିସ୍ଥିତିକୁ ସମ୍ଭାଳି ନେବେ।
ଉ,ଷାଢା- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-
ଉ , ଷାଢା - ଶାରିରୀକ ଉନ୍ନତି ଆସିବ ।  କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। 
ଶ୍ରବଣା – ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ   
ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।  ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ। 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-
ଧନିଷ୍ଠା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ।
ଶତଭିଷା- ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଆପଣ ଚାହୁଁଥିବା କାର୍ଯ୍ୟଗୁଡିକୁ ଆପଣ ସମ୍ପୂର୍ଣ୍ଣ କରିବାକୁ ସମର୍ଥ ହେବେ ।
ପୂ,ଭାଦ୍ରପଦ- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣକାଳୀଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ। ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।  
ଉ , ଭଦ୍ରପଦ -  ରାଜନୀତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀମାନେ ପଢାରେ ମନ ଲଗାଇବେ । 
ରେବତୀ – କୋର୍ଟକଚେରୀ ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳାମାନଙ୍କର ଧାର୍ମିକ ଭାବନା ଉଦୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ। 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।