Daily Horoscope 30th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jun 30, 2026 - 09:24
Daily Horoscope 30th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ, ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଭୁଲ୍ ବୁଝାମଣାଜନିତ ଅଶାନ୍ତି ଦେଖାଦେବ।
ଦ୍ୱିଜା-ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ। ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ।
କୃତିକା- ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
କୃତିକା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ। ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ। ପ୍ରେମ ସମ୍ପର୍କକୁ ଦୃଢ କରିବେ।
ରୋହିଣୀ - ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ। ବିଦ୍ୟାର୍ଥୀ  କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ। ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ। ମୃଗଶିରା- ମହିଳା ମାନେ ସୁଖଭାଗିନୀ ହେବେ। କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ। କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ। ଦୀର୍ଘଦିନର ଆଶା ପୂରଣ ହୋଇପାରେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି। କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। 
ଆଦ୍ରା- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି। ବନ୍ଧୁମାନେ ନିଜ ନିଜର ଫାଇଦା ହାସଲ ପାଇଁ ଚେଷ୍ଟା ଚଳାଇବେ। 
ପୁନର୍ବସୁ- ପୂର୍ବ ବିବାଦକୁ ନେଇ କଚେରି ମାମଲା ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଭଲ ନତବା ଅନୁତାପ କରିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ। ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ। ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁ ରୂପେ ତୁଲାଇବେ।
ପୁଷ୍ୟା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ।
ଅଶ୍ଳେଷା- ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ। ମହିଳାମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ। ଆଧାତ୍ମିକ ଜୀବନ ବିତାଇ ପାରନ୍ତି।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ମଘା- ସୁସ୍ଥ ଅନୁଭବ କରିବେ। ପରିବାରରେ ହସଖୁ୍‌ସିର ବାତାବରଣ ଖେଳିଯିବ। ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ। ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ। କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ।
ପୂ,ଫାଲଗୁନି- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ।
ଉ,ଫାଲଗୁନି- ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ। କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

କନ୍ୟା-
ଉ- ଫାଲ୍‌ଗୁନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ। ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ। ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି।
ହସ୍ତା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ। ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ। ଅନ୍ୟର ସାହାଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ।
ଚିତ୍ରା- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ। ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ। ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର -  ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଚିତ୍ରା- ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ସ୍ୱାତୀ- କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ରାଜନୀତିରେ ମନର ବଳ ଖୁବ୍ ଟାଣ ରହିବ। ବ୍ୟବସାୟୀ ମାନେ ଉନ୍ନତି ଦିଗରେ ଗତି କରିବେ। ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ।
ବିଶାଖା- ଉଚ୍ଚ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରି ସ୍ବାର୍ଥ ହାସଲ ଚେଷ୍ଟା କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥିଲେ ମଧ୍ୟ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ।    
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ବିଛା-
ବିଶାଖା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ। ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ।  
ଅନୁରାଧା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି। ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ। ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ। 
ଜ୍ୟୋଷ୍ଠା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ। ଜମି, ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ। ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ।
ପୂ,ଷାଢା- ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପଡ଼ୋଶୀ ସହଯୋଗରୁ କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ ବ୍ୟସ୍ତ ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ।
ଉ,ଷାଢା- ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, ସାମ୍ବାଦିକତା ଓ ଏଜେନଶିପ୍‌ରୁ ଖୁସି ରହିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ 

ମକର
ଉ, ଷାଢା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ସରକାରଙ୍କ ତରଫରୁ  ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ। ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। 
ଶ୍ରବଣା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ। ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ। ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ। ରାଜନୀତିରେ ଆଗକୁ ଯିବେ।
ଧନିଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି। ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ। ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ। ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଉପୁଜିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଧନିଷ୍ଠା- ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ। ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ।
ଶତଭିଷା- ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି। ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ  ସହିତ ସପଂର୍କ  ସ୍ଥାପନ କରିବେ। ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି।
ପୂ,ଭାଦ୍ରପଦ- ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରି ପାରନ୍ତି। ମୋଟା ଅଙ୍କର ଅର୍ଥ ସଂଗ୍ରହ ସକାଶେ ସରକାରୀ ସ୍ତରରୁ ଋଣକରିପାରନ୍ତି। ଜମିଜମା କାରବାର, ନିର୍ମାଣାଧୀନ କାର୍ଯ୍ୟ, ବାଣିଜ୍ୟ ଓ ଆନୁଷ୍ଠାନିକ କାମଶେଷ ପର୍ଯ୍ୟାୟରେ ପହଞ୍ଚିବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ମୀନ
ପୂ, ଭାଦ୍ରପଦ- ଯାନବାହନରୁ ପତନର ଯୋଗ ରହିଅଛି। ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ। ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ।  ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ।
ଉ, ଭାଦ୍ରପଦ- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ। କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ। ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି।
ରେବତୀ- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି। ଧୈର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ। ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି। ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଓଁ ବୃଂ ବୃହସ୍ପତୟେ ନମଃ ଜପ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।