Daily Horoscope 30th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି ।
କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।
ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।
ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।
କୃତିକା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ ।
କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ ।
ଜମିବାଡିକୁ ନେଇ ଦ୍ୱନ୍ଦ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ Advertisment ବୃଷ- କୃତିକା- ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ଉପୁଜିପାରେ।
ପ୍ରତ୍ୟେକ କ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖିଲେ ମଧ୍ୟ ପ୍ରତିବନ୍ଧକ ପିଛା ଛାଡିବ ନାହିଁ।
କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ରୋହିଣୀ- ସାଧାରଣ ବ୍ୟତିକ୍ରମକୁ ବାଦ୍ ଦେଲେ ଦିନଟି ମନ୍ଦ ହେବନି ।
ପଡ଼ୋଶୀ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗଲାଭର ସୂଚନା ରହିଛି।
ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ମୃଗଶିରା- ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହେବ ।
ଆତ୍ମୀୟଙ୍କ ଅନାଦରଭାବ, ଅସ୍ଥିରତାଯୁକ୍ତ ନିଷ୍ପତ୍ତି, ମନକୁ ହଲଚଲ କରିପାରେ।
ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ ମି ଥୁନ- ମୃଗଶିରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି ।
ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ ।
ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଆଦ୍ରା- ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ ।
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ Advertisment କର୍କଟ- ପୁନର୍ବସୁ- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ସାହାଯ୍କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ ।
ଛାତ୍ରଛାତ୍ରୀମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପୁଷ୍ୟା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ।
ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଅଶ୍ଲେଷା- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ।
ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ ସିଂହ- ମଘା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ ।
କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ ।
ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ ।
ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ ।
ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ ।
ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।
କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ କନ୍ୟା- ଉ,ଫଳଗୁନି- ବନ୍ଧୁଙ୍କ ସହ ଆକସ୍ମିକ ଭ୍ରମଣ ସୁଯୋଗ ଲାଭକରିବେ।
ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବା ହେତୁ ସାମାନ୍ୟ ଖୁସିର ଝଲକ ପରିଲକ୍ଷିତ ହେବ।
ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ ।
ହସ୍ତା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି।
ପଡ଼ୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି ।
ଚିତ୍ରା- ପବ୍ଲିକକେଶନ, ପ୍ଲଟିଂ କାରବାର, ଚୁକ୍ତିପତ୍ର କ୍ଷେତ୍ରରେ ସଫଳତା ମିଳିବ।
କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ।
ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ତୁଳା- ଚିତ୍ରା- ସ୍ୱାସ୍ଥ୍ୟ ଭଲ ରହିବ ।
ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ ।
ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ ।
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ସ୍ୱାତୀ- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ ।
ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ବିଶାଖା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ବିଛା- ବିଶାଖା- କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ।
ବାଣିଜ୍ୟ, ବ୍ୟବସାୟ କାରବାରରେ ଉନ୍ନତି କରିବେ।
ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
ଅନୁରାଧା- ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କାମ ହାସଲ କରିବାର ସୌଭାଗ୍ୟ ଅର୍ଜନ କରିପାରନ୍ତି ।
ପ୍ରଶଂସା ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି।
ଜ୍ୟେଷ୍ଠା- ଯାହା ଆଶା କରୁଛନ୍ତି ତାହା ପାଇବେ।
ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ।
ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ଧନୁ- ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ ।
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ ।
ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ କରିବେ ।
ପୂ,ଷାଢା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।
ଜୀବନରେ ନୂଆ ସଂକେତ ମିଳିପାରେ ।
ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ ।
ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ ।
ଉ,ଷାଢା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।
ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ମକର- ଉ,ଷାଢା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି ।
ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ।
ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ଶ୍ରବଣା- ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ୟ୍ୟସିଦ୍ଧି କରାଇବ।
ଠିକ୍ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।
ଧନିଷ୍ଠା- ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।
ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ କୁମ୍ଭ- ଧନିଷ୍ଠା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ ।
ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ ।
କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ ।
ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।
ଶତଭିଷା- ଚାକିରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ ।
ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ରାଜନୀତିରେ କୈାଣସି କାମକୁ ହାତକୁ ନେବେ ।
ବହୁ ଦିନର ମନସ୍କାମନା ପୂରଣ ହେବ ।
ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ମୀନ- ପୂ,ଭାଦ୍ରପଦ- କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।
ଭୁଲ୍ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ।
ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଉ,ଭାଦ୍ରପଦ- ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ।
ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ରେବତୀ- କେତେକ କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି।
କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।