Daily Horoscope 30th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Sep 30, 2026 - 08:31
Daily Horoscope 30th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ
ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।
ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।
କୃତିକା – ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
କୃତିକା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ରୋହିଣୀ- ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।
ମୃଗଶିରା- ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ
ମୃଗଶିରା  - ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।  
ଆଦ୍ରା -  ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପୁନର୍ବସୁ -  ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ ।
ପୁଷ୍ୟା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ  
ଅଶ୍ଲେଷା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ    

ସିଂହ
ମଘା – ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।  କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।
ପୂ , ଫାଲଗୁନୀ - ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଉ ,ଫାଲଗୁନୀ – ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କନ୍ୟା-
ଉ,ଫଳଗୁନି- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।
ହସ୍ତା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।
ଚିତ୍ରା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା -
ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । 
ସ୍ୱାତୀ – ଛାତ୍ର ଛାତ୍ରିମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ  ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ ।
ଅନୁରାଧା- ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଜ୍ୟେଷ୍ଠା- ପିତୃପୁରୁଷଙ୍କ ସମ୍ପତ୍ତିରେ ବ୍ୟବସାୟ ଲାଭଜନକ ହୋଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ
ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । 
ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । 
ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
ଉ,ଷାଢା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ ।  ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ ।
ଶ୍ରବଣା- ଶିକ୍ଷାର୍ଥୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ଧନିଷ୍ଠା- ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା,ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ 

କୁମ୍ଭ
ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । 
ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । 
ପୂ , ଭାଦ୍ରପଦ  – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-
ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।
ଉ,ଭାଦ୍ରପଦ- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ରେବତୀ- ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।