Daily Horoscope 31st Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଦ୍ୱିଜା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ ।
କୃତିକା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଛନ୍ତି ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ଜମିବାଡିକୁ ନେଇ ଦ୍ୱନ୍ଦ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି ।
ରୋହିଣୀ- ସାମାଜିକ ସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।
ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋ ମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ-
ମୃଗଶିରା- ସପଂର୍କୀୟମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଆଦ୍ରା- ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅବହେଳା କରିବେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ମାତ୍ର ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଅଶ୍ଲେଷା- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାର୍ଥୀମାନେ ଅଧ୍ୟୟନରତ ରହିବେ । ସାମାଜିକ ଗଣମାଧ୍ୟମରେ ସହଯୋଗ ଦେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ ।
ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ହସ୍ତା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ଚିତ୍ରା- ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।
ସ୍ୱାତୀ- ନୂଆ ବ୍ୟବସାୟରେ ଅର୍ଥ ଖର୍ଚ୍ଚ ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ନିଜ ଲୋକ ମାନଙ୍କ ଖରାପ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ବିଶାଖା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନମାନେ ସନ୍ତାନ ମାନଙ୍କୁ ନେଇ ଚିନ୍ତା କରିପାରନ୍ତି । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।
ଅନୁରାଧା- ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ । ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ ।
ଜ୍ୟେଷ୍ଠା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ଘରୋଇ କଳହକୁ ନେଇ ଜମିକୁ ଭାଗ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ କରିବେ
ପୂ,ଷାଢା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ ।
ଉ,ଷାଢା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ ।
ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ଧନିଷ୍ଠା-- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଲୁଗା ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ ।
ଶତଭିଷା- ଚାକିରିରେ କ୍ଷେତ୍ରରେ ଅସୁବିଧା ଦେଖା ଦେଇପାରେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ ।
ପୂ,ଭାଦ୍ରପଦ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।
ଉ,ଭାଦ୍ରପଦ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ର କରି ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ରେବତୀ- ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।