Daily Horoscope 3rd October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରି ପାରନ୍ତି । ବ୍ୟବସାୟ ସ୍ଥଳରେ ଉଚ୍ଚ ଅଧିକାରୀମାନଙ୍କ ସହିତ ଆବଶ୍ୟକ ଚର୍ଚ୍ଚା ସାମିଲ ହେବାର ସୁଯୋଗ ପ୍ରାପ୍ତ ହେବ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।
କୃତିକା-ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ
ବୃଷ-
କୃତିକା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ ।
ରୋହିଣୀ- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଙ୍କେତ ମିଳିପାରେ । ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରନ୍ତି ।
ମୃଗଶିରା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା-ପରିବାରରେ ଜଗି ରଖି ନ ଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବେ ।
ଆଦ୍ରା- କୌଣସି କାମରେ ତରବର ହେଲେ ଅସୁବିଧାରେ ପଡିପାରନ୍ତି । ଈର୍ଷାପରାୟଣ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନଲୁ ଚହଲାଇ ଦେବ । ରାଜନୀତିରେ ସଫଳତା ମିଳିବ ।
ପୁନର୍ବସୁ- ଜାଗା, ଜମି, ଉଚ୍ଚସ୍ତରୀୟ ବାହାନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ସାମସ୍ୟା ଗୁଡିକର ସରଳ ସମାଧାନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି ସୁଦୃଢ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ପୁଷ୍ୟା- ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।
ଅଶ୍ଲେଷା- କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ପେଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ ସୁଧାରିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରୁ ଲାଭ ପାଇପାରନ୍ତି ।
ପୂ,ଫାଲଗୁନି- ରାଜନୀତିରେ ବିରୋଧୀ ମାନେ ଦୂରେଇଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମାନସିକ ସ୍ଥିତି ଭଲ ରହିବା ସହିତ ଶରୀର ସୁସ୍ଥ ରହିବ । ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ ।
ଉ,ଫାଲଗୁନି- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇପାରେ । ଗୁରୁଜନଙ୍କ ସେବା କଲେ ଅନେକ ଆଶିର୍ବାଦ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।
ହସ୍ତା- ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ
ଚିତ୍ରା- ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ସାମାଜିକ ସ୍ତରରେ ସହମତିରେ କାମକଲେ ଅପେକ୍ଷା କୃତ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ନିଜର ପ୍ରଭାବ ଓ ପରାକ୍ରମ ବଢିବାସହ ପ୍ରଶଂସିତ ହେବେ । ଜନସେବାରେ ନିଜକୁ ନିୟୋଜିତ କରି ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିପାରେ ।
ସ୍ୱାତୀ- ଛାତ୍ରଛାତ୍ରୀ ମାନେ କଠିନ ପରିଶ୍ରମ କରିବା ସହିତ ପଢାପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ହାସଲ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କୌଣସି ଜଟିଳ ସମସ୍ୟାର ସମାଧାନ କରିବେ ।
ବିଶାଖା- ଅଜଣା ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରି ବିପଦରେ ପଡିବେ । ଆପଣଙ୍କ ପାଇଁ ଆଜି ଦିନଟି କୌତୁହଳ ଜନକ ରହିବ । ବନ୍ଧୁ ମେଳରେ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।
ଅନୁରାଧା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କ୍ରୀଡାକ୍ଷେତ୍ରରେ ଭଲ ସଫଳତା ପାଇବେ ।
ଜ୍ୟେଷ୍ଠା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ମୂଳା-ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ୱାର୍ଥ ସିଦ୍ଧିର ପଥକୁ ପ୍ରଶସ୍ତ କରିବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ପୂ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପରିଶ୍ରମ କରି ଉଚିତ୍ ମୂଲ୍ୟ ପାଇବେ । ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ । ଆପଣଙ୍କ ପ୍ରିୟ ଆପଣଙ୍କୁ ଉପହାର ଦେଇପାରନ୍ତି ।
ଉ,ଷାଢା- ବାଦବିବାଦ ମାଲିମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ବିଳାସ ବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ଉ,ଷାଢା-ଅଧିକାଶଂ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କରିବା କଥା ତାହା କରି ସମସ୍ୟାକୁ ଡାକି ଆଣିବେ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ବନ୍ଧୁମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବ ।
ଶ୍ରବଣା- ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଧନିଷ୍ଠା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା-ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧାହେବ ନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତି ପତ୍ର କଲେ ଲାଭବାନ୍ ହେବେ । ନୂଆ ଲକ୍ଷ ପୂରଣ ପାଇ ସାହାଯ୍ୟ ସହଯୋଗ ମିଳିପାରେ ।
ଶତଭିଷା- ଧାର୍ମିକ ଚିନ୍ତାରୁ ଲାଭ ପାଇବେ । ଧୈର୍ଯ୍ୟ ସହ କାର୍ଯ୍ୟ କଲେ ସଫଳତା ହାସଲ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଶତୃମାନଙ୍କ ଠାରୁ ଦୂରେଇ ରହିବା ଭଲ ।
ପୂ,ଭାଦ୍ରପଦ- ଉପସ୍ଥିତି ବୁଦ୍ଧି ଓ କୋଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ଘରେ ପୂଜା ପାଠ ଓ ବିଭିନ୍ନ ଶୁଭ କାର୍ଯ୍ୟରେ ଯୋଗ ଦେବେ । ପରିବହନରେ କ୍ଷତି ଆଶଙ୍କା ଅଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ଉ,ଭାଦ୍ରପଦ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
ରେବତୀ- ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।