Daily Horoscope 4th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବାକୁ ପଡିପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ଓ ସାଧାରଣ କଥାକୁ ଅସାଧାରଣ ଭାବେ ଚିନ୍ତା କରିବେ।
ଦ୍ୱିଜା- ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ। ଭାଇ ବନ୍ଧୁ ମିତ୍ରଙ୍କ ସାହାର୍ଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ ।
କୃତିକା- ଆଶା ପୂରଣ ହେବାରେ ଜଣେ ସହକର୍ମୀ ସାହାଯ୍ୟ କରିବେ। ଅଭାବ, ଅଶାନ୍ତି ମଧ୍ୟରେ ସମୟ କାଟିବାକୁ ବାଧ୍ୟ ହୋଇପାରନ୍ତି । ଆପଣଙ୍କ ଧୈର୍ଯ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା- ଭଲ ଡାଏଟ୍ ରଖି ସ୍ୱାସ୍ଥ୍ୟର ଧ୍ୟାନ ନେଇପାରିବେ । କୃଷି ସମ୍ବନ୍ଧୀୟ କାର୍ୟ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି ।
ରୋହିଣୀ- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ । ଭାବୁଥିବା କାମଟିକୁ ସଂପୂର୍ଣ୍ଣ କରିବା ପାଇଁ ଚେଷ୍ଟା କରିବେ ।
ମୃଗଶିରା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ।
ଆଦ୍ରା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ ।
ପୁନର୍ବସୁ- ପୂର୍ବ ଶତ୍ରୁତା କାରଣରୁ ପ୍ରତ୍ୟେକ କାର୍ୟ୍ୟାବଳୀର ସଠିକ୍ ସମୀକ୍ଷା କରିପାରିବେ ନାହିଁ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ ସାଧାରଣ ସମସ୍ୟା ଲାଗିରହିବ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ଚେଷ୍ଟାରେ ପାଇବେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । କର୍ମ କ୍ଷେତ୍ରରେ କୌଣସି କାର୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ । ପରିବାରରେ କିଛି ବିବାଦ ଦେଖାଦେବା ସହିତ ଅଧିକ ଚାପଗ୍ରସ୍ତ ରହିପାରନ୍ତି ।
ପୁଷ୍ୟା- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ ।
ଅଶ୍ଲେଷା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- ପରିବାରରେ ଭୁଲ୍ ବୁଝାମଣା ଓ ନିଜର କେତେକ ବ୍ୟତିକ୍ରମକୁ ସଜାଡ଼ିବାକୁ ଯାଇ ଅସ୍ଥିରତା ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ବ୍ୟୟରୁ ବିଚଳିତ ହେବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବନ୍ଧୁତ୍ୱ ସୃଷ୍ଟି ହେବ ।
ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଅସୁବିଧା ଆସିପାରେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ଉ,ଫାଲଗୁନି- ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ । ବ୍ୟବସାୟିକ ଦିଗଟି ଗତାନୁଗତିକ ରୀତିରେ ଗଡ଼ିଚାଲିବ । ବାଦ ବିବାଦ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ଶାରୀରିକ କ୍ଲାନ୍ତି ଦୂର ହେବ। ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ ।
ହସ୍ତା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ ।
ଚିତ୍ରା- କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ଲଢ଼େଇ କରି ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବହାରରେ ପରିବର୍ତ୍ତନକରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ସ୍ୱାତୀ- କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ଅତୀତ ଘଟଣାର ସମୀକ୍ଷା କରିବେ। ଛାତ୍ରଛାତ୍ରୀ ମାନେ ବିଶେଷ ଫଳ ପ୍ରଦର୍ଶନ କରିବେ ନାହିଁ ।
ବିଶାଖା- ଶତ୍ରୁତା କାରଣରୁ ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ବିଛା-
ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ ।
ଅନୁରାଧା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ନିଜ ମାଲିକାନାରେ ଥିବା ସମ୍ପତିକୁ ହସ୍ତାନ୍ତର କରିପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ଜ୍ୟେଷ୍ଠା- ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । ମନରେ ନୂଆ ଆଶା ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ମୂଳା- ବ୍ୟବସାୟରେ ଭାଇ ଭଉଣୀଙ୍କ ଠାରୁ ସହଯୋଗ ମିଳିବ । ଭୋଗବିଳାସ, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍ ସକାଶେ ମନ ବଳାଇବେ। ପରିବାରରେ ସୁଖଶାନ୍ତି ପ୍ରାପ୍ତ ହେବ ।
ପୂ,ଷାଢା- ଗବେଷଣା, ସଭାସମିତି, କଳା, ସାହିତ୍ୟ ଓ ରଚନାମତ୍କ କାର୍ୟ୍ୟରେ ଅଗ୍ରଗତି ଘଟିବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ ।
ଉ,ଷାଢା- ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ। ସହକର୍ମୀ ମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ଗୁଡ଼ିକ ସୁଧୁରି ଯିବ। ନିକଟ ସମ୍ପର୍କୀୟମାନଙ୍କଠାରୁ ପରାମର୍ଶ ନେବା ଭଲ ହେବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ମକର-
ଉ,ଷାଢା- ସ୍ୱାସ୍ଥ୍ୟରେ ଉନ୍ନତି ଆସିପାରେ । କାର୍ୟ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ ।
ଶ୍ରବଣା- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ସହିତ ଆପଣ ନିଜ ଘର ମଧ୍ୟ ପାଇପାରିବେ । ଛାତ୍ରମାନଙ୍କର ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।
ଧନିଷ୍ଠା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ୟ୍ୟ ସିଦ୍ଧ ହେବ । ଚାକିରି କ୍ଷେତ୍ରରେ ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି।
ଶତଭିଷା- ସରକାରୀ ସହାୟତା ପାଇବେ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ରାଜନୀତିରେ ମାନ ସମ୍ମାନ ଲାଭ କରିବେ ।
ପୂ,ଭାଦ୍ରପଦ- ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ । ପାରିଶ୍ରମିକ ମନ ଲାଖି ନହେବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ଉ,ଭାଦ୍ରପଦ- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ ।
ରେବତୀ- ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।