Daily Horoscope 4th Sept 2026: ଆଜି ଏହି ରାଶିର ବ୍ୟକ୍ତିବିଶେଷ ନୂତନ ଯାନବାହନ କିଣିବେ, ଧନ ପ୍ରାପ୍ତ ହେବ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ଦ୍ୱିଜା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
କୃତିକା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ବୃଷ
କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାର୍ୟ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ ।
ରୋହିଣୀ – ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।
ମୃଗଶିରା – ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ ।
ଆଦ୍ରା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚ କରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।
ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ
କର୍କଟ
ପୁନର୍ବସୁ - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ ।
ପୁଷ୍ୟା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ମଘା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ ।
ପୂ,ଫାଲଗୁନି- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ଉ,ଫାଲଗୁନି- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ
କନ୍ୟା
ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।
ହସ୍ତା – ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।
ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ୟ୍ୟ ଅତି ଶିଘ୍ର ପୂରଣ ହେବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ତୁଳା-
ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ବିଶାଖା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର୍ୟ୍ୟ କରନ୍ତୁ
ବିଛା
ବିଶାଖା – ଶରୀର ଭଲ ରହିବ ସହିତ ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।
ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ରଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ ।
ଜ୍ୟେଷ୍ଠା – କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ କ୍ଷ ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା-ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ପୂ,ଷାଢା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ ।
ଉ,ଷାଢା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର
ଉ , ଷାଢା - ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଶ୍ରବଣା – ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ
ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ ।
ଶତଭିଷା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନ ଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି
ପୂ,ଭାଦ୍ରପଦ-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ
ମୀନ
ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ଉ , ଭଦ୍ରପଦ - ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।
ରେବତୀ – କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।