Daily Horoscope 5th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ମାନସିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ଥାଇ ସୁଦ୍ଧା କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ ।
ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି ।
ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ଦ୍ୱିଜା- ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି ।
ସାମାଜିକ ଜୀବନ ଉନ୍ନତ ରହିବ ।
ପଦମର୍ଯ୍ୟଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ ।
କୃତିକା- ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ ।
ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ Advertisment ବୃଷ- କୃତିକା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ ।
ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।
ରୋହିଣୀ- ସ୍ଥାବର ଅସ୍ଥାବର ସମ୍ପତ୍ତିର ମାଲିକାନା ପାଇପାରନ୍ତି ।
ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ ।
ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ।
ମୃଗଶିରା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ ।
ଜମି, ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ।
ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ ।
ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ମିଥୁନ- ମୃଗଶିରା- ଦେହ ପିଡାରୁ ମୁକ୍ତ ରହିବେ ।
କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଆଦ୍ରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।
ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।
ପୁନର୍ବସୁ- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ ।
କୋର୍ଟ ମାମଲାରେ ଲାଭ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ Advertisment କର୍କଟ- ପୁନର୍ବସୁ- ଯାନବାହନରୁ ପତନର ଯୋଗ ରହିଅଛି ।
ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ ।
ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ।
ପୁଷ୍ୟା- ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ ।
କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ ।
ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ଅଶ୍ଳେଷା- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି ।
ଧର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ ।
ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି ।
ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ ସିଂହ- ମଘା- ଉଦର ରୋଗରେ ଆକ୍ରାନ୍ତ ହେବେ ।
ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ ।
ଘରୋଇ ଚାକିରିଆଙ୍କୁ ନୂଆ ପ୍ରକଳ୍ପ ମିଳିବ ।
ବେପାର ବୃତ୍ତିରୁ ସଫଳତା ହାସଲ କରିବେ।
ପୂ- ଫାଲ୍ଗୁନୀ- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ।
ଛାତ୍ରଛାତ୍ରୀମାନେ ପଢା ପଢିରେ ନିରନ୍ତର ମନ ଦେବେ ।
ଶିକ୍ଷାର୍ଥୀ ପଢାରେ କୃତକାର୍ଯ୍ୟ କରିବେ ।
ଫିଲ୍ମ ଉଦ୍ୟୋଗୀ କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।
ଉ- ଫାଲ୍ଗୁନୀ- ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ସମ୍ପତ୍ତି କିଣିବାର ଯୋଗ ରହିଛି ।
ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ କନ୍ୟା- ଉ- ଫାଲ୍ଗୁନୀ- ଗମନାଗମନ ସମୟରେ ଭୂତାଣୁ ସଂକ୍ରମଣ ହୋଇପାରେ ସେଥିପ୍ରତି ସତର୍କ ରୁହନ୍ତୁ ।
ପରିବାରରେ ସମ୍ପତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାବଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ।
ହସ୍ତା- ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ।
ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ।
ଚିତ୍ରା- କଳକାରଖାନା ବ୍ୟବସାୟରେ ଉନ୍ନତି ଘଟିବ ।
କଠିନ ଶ୍ରମ ଓ ଦୂରଦର୍ଶିତା ସଫଳତାର ପୃଷ୍ଟ ହୋଇପାରେ ।
କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ତୁଳା- ଚିତ୍ରା- ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ ।
କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ ସ୍ୱାତୀ- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।
ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ବିଶାଖା- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ ।
ମହିଳାମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।
ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଚଉଁରା ମୂଳେ ପାଣି ଢାଳି ଦିନ ଆରମ୍ଭ କରନ୍ତୁ ବିଛା- ବିଶାଖା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।
କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ ।
ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ଅନୁରାଧା- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ ।
ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ।
କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ।
ଜ୍ୟୋଷ୍ଠା- ରାଜନୀତିରେ ଆଗକୁ ଯିବେ ।
ମହିଳାମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ ।
ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ।
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ମକର- ଉ, ଷାଢା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି ।
ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି ।
ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ ।
ଶ୍ରବଣା- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ ।
ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ।
ଧନିଷ୍ଠା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ ।
ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ ।
ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ଧନୁ- ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।
ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ।
ପୂ, ଷାଢା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ ।
ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।
ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଉ, ଷାଢା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ କୁମ୍ଭ- ଧନିଷ୍ଠା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ ।
ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି ।
ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।
ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ଶତଭିଷା- ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ ।
ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ପୂ, ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ମହିଳାମାନେ ଘର କାମକୁ ଠିକ୍ରେ ତୁଲାଇବେ ।
କୋର୍ଟର ଶୁଣାଣି ଡେରି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ମୀନ- ପୂ, ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ ।
ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ ।
ପ୍ରେମ ସମ୍ପର୍କକୁ ଦୃଢ କରିବେ ଉ, ଭାଦ୍ରପଦ- ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ ।
ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ ।
ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ ।
ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ।
ରେବତୀ- ମହିଳାମାନେ ସୁଖଭାଗିନୀ ହେବେ ।
କର୍ତ୍ତୃପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ ।
କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ଦୀର୍ଘଦିନର ଆଶା ପୂରଣ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।