Daily Horoscope 5th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Sep 05, 2026 - 09:05
Daily Horoscope 5th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ
ଅଶ୍ୱନୀ – ଆପଣଙ୍କ  ମନରେ ଏଭଳି ବିଚାର ଆସିବ  ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । 
ଦ୍ୱିଜା –ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । 
କୃତିକା –  ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ  ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-    
କୃତିକା- କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ ।
ରୋହିଣୀ- ଅଫିସ୍‌ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । ଜମିଜମା କାରବାରରେ ଠକାମୀରେ ପଡି ପାରନ୍ତି । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ    
ମୃଗଶିରା- ନୂଆ ବ୍ୟବସାୟ ପାଇଁ ଶୁଭ ଦିନ ରହିବ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ    
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ମିଥୁନ
ମୃଗଶିରା  - କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । 
ଆଦ୍ରା -  ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।  ବ୍ୟସ୍ତତା ଭିତରେ ସମୟ ବିତାଇବେ । କୈାଣସି କାର‌୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ସମ୍ପତି ବୃଦ୍ଧି ହୋଇପାରେ ।
ପୁନର୍ବସୁ -  ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ପାରିବାରିକ କ୍ଷେତ୍ରରେ ଆଶିଂକ ଉନ୍ନତି ଦେଖା ଦେଇପାରେ । ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ନୂତନ ସ୍ଥାନ ପରିଭ୍ରମଣ  କରି ପାରନ୍ତି । ଯାନ୍ତ୍ରିକ ଶିଳ୍ପରେ ଲାଭବାନ ହେତୁ ଖୁସି ରହିବେ ।
ପୁଷ୍ୟା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ମନୋରଞ୍ଜନ କାର୍ଯ୍ୟରେ ଅଶାନ୍ତି ଦେଖା ଦେଇପାରେ । ଯାନବାହନ ଓ ଗୃହଭୂମି ଲାଭ  ହୋଇପାରେ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ ।
ଅଶ୍ଳେଷା- ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ମୂଲ୍ୟବାନ ଧାତୁ, ଅଳଙ୍କାର କ୍ରୟ କରି ଖୁସି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ
ମଘା –ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।
ପୂ , ଫାଲଗୁନୀ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି  ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।
ଉ ,ଫାଲଗୁନୀ – କିଣା ବିକା ବେଳେ ସାବଧାନତା ଅବଲମ୍ବନ କରନ୍ତୁ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉ- ଫାଲ୍‌ଗୁନୀ- ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ସର୍ବଦା କାର୍ଯ୍ୟଶୈଳୀ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ ।
ହସ୍ତା- ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ସତର୍କ ରହି କାର‌୍ୟ୍ୟ କରିବେ ସୁଫଳ ମିଳିପାରେ । ଛାତ୍ରଛାତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି ।
ଚିତ୍ରା- ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି । ବିରୋଧୀ ମାନେ କୈାଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ତୁଳା -
ଚିତ୍ରା –  ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।
ସ୍ୱାତୀ – ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । 
ବିଶାଖା – ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –  କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ବ୍ୟବସାୟ ପଥ ସୁଗମ ହେବା ସହ , ସୁଖ, ସମୃଦ୍ଧି ବଢିବ । ମହିଳା ମାନେ ସମ୍ମାନୀୟ ହେବେ । ଆମୋଦ, ପ୍ରମୋଦ ଭିତରେ  ଆଜି ଦିନ କଟିବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ ।
ଅନୁରାଧା- ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ମନରେ ବିଭିନ୍ନ ପ୍ରକାରର ଭାବନା  ସୃଷ୍ଟି ହୋଇପାରେ ।  ରାଜନୀତିରେ ଲୋକ ସପଂର୍କ ବୃଦ୍ଧି ପାଇବ । ଅନ୍ୟମାନଙ୍କ ସହେଯାଗ  ପାଇ ଉପକୃତ ହେବେ ।
ଜ୍ୟୋଷ୍ଠା- ନିଜର ଆଦର୍ଶ ପ୍ରତିଷ୍ଠା ମୂଖ୍ୟ କାମନା ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବ। ଫଳରେ ଆପଣଙ୍କର ବହୁତ ଲାଭ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ । ଚାକିରୀ କ୍ଷେତ୍ରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଧନୁ
ମୂଳା – ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋଧରୁ ଅଳ୍ପକେ ରକ୍ଷା ପାଇବେ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।
ପୂ , ଷାଢା – ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । 
ଉ , ଷାଢା – ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।  ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର
ଉ, ଷାଢା- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ ।
ଶ୍ରବଣା- ଛାତ୍ର ମାନେ ମୈଳିକ ବୁଦ୍ଧିର ଉପଯୋଗ କରିବେ । ବାରମ୍ବାର ଚେଷ୍ଟା କରି କିଛିଟା ସୁଫଳ ପାଇବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍‌ଦ୍ଧି ଫେରିଆସିବ ।
ଧନିଷ୍ଠା- ଅନ୍ୟ କାହାର ସହଯୋଗ ନପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଭୁଲ ବୁଝାବଣା ହେତୁ ସମସ୍ୟା ବଢିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ
ଧନିଷ୍ଠା – ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର‌୍ୟ୍ୟ କରିବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ ।
ଶତଭିଷା –  ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।  ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ  ।  ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।                       
ପୂ , ଭାଦ୍ରପଦ  –  ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର‌୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୈାଣସି ମହତ୍ୱ ପୂର୍ଣ୍ଣ ଦାୟିତ୍ୱ ସମ୍ପର୍ଣ୍ଣ କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ
ପୂ, ଭାଦ୍ରପଦ- ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସ୍‌ରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ନିଜର ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।
ଉ, ଭାଦ୍ରପଦ- ଅଧିକାର ଜାହିର କରିବାରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି  ଦେଖାଦେଇ ପାରେ । ବିରୋଧୀ ମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ 
ରେବତୀ- ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।