Daily Horoscope 6th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 06, 2026 - 08:32
Daily Horoscope 6th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ- 
ଅଶ୍ୱନୀ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷା କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତା ଅର୍ଜନ କରିବେ । 
ଦ୍ୱିଜା- ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।         
କୃତିକା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
କୃତିକା- ପରିବାର ପାଇଁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଅନ୍ୟର ଉପକାର ଚିନ୍ତା କରିବେ କିନ୍ତୁ ନିଜ ପରିବାରେ ଜିଦ୍ କରି କଷ୍ଟ ଭୋଗିବେ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇପାରନ୍ତି । 
ରୋହିଣୀ- ନିଜ ଲୋକମାନେ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟର  ପ୍ରତିଶୃତି ଦେବେ । କର୍ମ କ୍ଷେତ୍ରରେ ଦ୍ୱନ୍ଦରେ ପଡି ସହକର୍ମୀଙ୍କ ପ୍ରତ୍ୟେକ କତାକୁ ଠିକ୍ ଭାବେ ବୁଝି ପାରିବେନି । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ । 
ମୃଗଶିରା- ଅସାବଧାନତା ହେତୁ ଦ୍ରବ୍ୟ ହାନିର ସୂଚନା ରହିଛି । ଜମିଜମା କାରବାରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷରିତ ହୋଇପାରେ । ନିଜ ଲୋକମାନେ ବିଶ୍ୱାସ ଘାତକତା କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-    
ମୃଗଶିରା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।    
ଆଦ୍ରା- ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୁନର୍ବସୁ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-
ପୁନର୍ବସୁ- ସାମାଜିକ ସ୍ଥିତି ବଜାୟ ରହିବା ସହ ପାରିବାରିକ ପତିଆରା ଅମଳିନ ରହିବ । ଆପଣଙ୍କ କାର୍ଯ୍ୟ ଶୈଳୀରେ ଅର୍ଥପୂର୍ଣ୍ଣ ପରିବର୍ତ୍ତନ ଆଣିପାରିବେ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ।
ପୁଷ୍ୟା- ବିଦ୍ୟାର୍ଥୀ ମାନେ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ଆପଣଙ୍କ ଆର୍ଥିକ ସ୍ଥିତି ସୁଦୃଢ ରହିବ ।  ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।
ଅଶ୍ଲେଷା- ସାମାଜିକ ସଂସ୍ଥାର କାମରେ ସହଯୋଗ କରିବେ । ଧର୍ମ ମାର୍ଗରେ ଧନ ବ୍ୟୟ କରିବେ । ରାଜନୀତିରେ ଲୋକପ୍ରିୟତା ଅର୍ଜନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ମଘା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ।
ପୂ- ଫାଲ୍‌ଗୁନୀ-  ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବ ପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ।
ଉ- ଫାଲ୍‌ଗୁନୀ- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ଉ,ଫଳଗୁନି- ନୂଆ କାମ କରିବାକୁ ଆଗ୍ରହୀ ଥିଲେ  ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଜୀବନ ସାଥୀଙ୍କ ବିଚାରକୁ ବୁଝିବାକୁ ଚେଷ୍ଟା କରନ୍ତୁ । ପ୍ରତିଟି କାମ ମନ ଦେଇ କଲେ ସଫଳତା ପାଇବେ ।
ହସ୍ତା- ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ ।
ଚିତ୍ରା- ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ରାଜନୀତିରେ ଲୋକପ୍ରିୟତା ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ତୁଳା-
ଚିତ୍ରା- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ। 
ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
ବିଶାଖା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି।   
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନ ଶ୍ରୀ ରାମଙ୍କ ଫଟୋକୁ ପୁଜା କରନ୍ତୁ । 

ବିଛା-
ବିଶାଖା- ପାରିବାରିକ ଜୀବନରେ ଶୁଖ ଓ ଶାନ୍ତି ରହିବ । ବ୍ୟବସାୟୀ ମାନେ ନୂଆ କାରବାର କରିବାର ସୁଯୋଗ ପାଇପାରିବେ ।  ବାକିଦେଇଥିବା ଟଙ୍କା ଫେରିପାଇବେ ।     
ଅନୁରାଧା- ସରକାରୀ କାମ  ପୂରା କରିବାରେ ସମୟ ଲାଗିପାରେ । ବଡ କମ୍ପାନିରୁ ଚାକିରି ପାଇଁ ଡାକରା ଆସିବ । ବିଜ୍ଞାନ ବିଦ୍ୟାର୍ଥୀ ଙ୍କ ପାଇଁ ଦିନଟି ଶୁଭ ଅଛି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଜ୍ୟେଷ୍ଠା- ଆଜି କିଛି ଦାନ ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ । ସୁସ୍ୱାଦୁ ଭୋଜନ କରିବେ । ଆର୍ଥିକ ଅବସ୍ଥା ଭଲ ରହିବ । ସତର୍କତା ସହିତ ସବୁ କାମ କରନ୍ତୁ ।     
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ମୂଳା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର‌୍ୟ୍ୟ ହାସଲ କରିବେ ।  ପତ୍ନୀଙ୍କ ସହିତ ମତ  ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ
ପୂ, ଷାଢା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।  
ଉ,  ଷାଢା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ମକର-
ଉ,ଷାଢା- ସାଧାରଣ କଥାକୁ ନେଇ ପରିବାର ମଧ୍ୟରେ ମତାନ୍ତର ଦେଖାଦେଇପାରେ । ପତିପତ୍ନୀ ମଧ୍ୟରେ ଅଶାନ୍ତି ସୃଷ୍ଟି ହୋଇପାରେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ରହିଛି ।
ଶ୍ରବଣା- ନୂତନ ଚାକିରିର ସୁଯୋଗ ପାଇପାରନ୍ତି । ସାବଧାନ ରୁହନ୍ତୁ ଓ ମୂଲ୍ୟବାନ ସାମଗ୍ରୀକୁ ଯତ୍ନର  ସହିତ ରଖନ୍ତୁ ନଚେତ୍ ତା ସହ ଦୁର୍ଘଟଣା ହେବାର ସମ୍ଭାବନା ରହିଛି ।
ଧନିଷ୍ଠା- ନେତା ବା ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର  ସୁଯୋଗ   ମିଳିବ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଧନିଷ୍ଠା- ଶାରିରୀକ ଉନ୍ନତି ଆସିବ ।  କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଶତଭିଷା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ
ପୂ,  ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।  ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ବ୍ୟବସାୟୀଙ୍କ କଠିନ ପରିଶ୍ରମ ସଫଳ ହେବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଉତମ ବୁଝାମଣା ରହିବ । କୌଣସି ଖବର ମନରେ ଅସ୍ଥିରତା ସୃଷ୍ଟି କରିବ ।
ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫୟତ ଦେବାକୁ ପଡିପାରେ । ଅଫିସରେ କାମ  ଗୁଡିକୁ ସୁବିଧାରେ କରିବା କଷ୍ଟକର ହୋଇପଡିବ । 
ରେବତୀ- କୌଣସି ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।