Daily Horoscope 7th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Oct 07, 2026 - 08:05
Daily Horoscope 7th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-         
ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପେଇବ ।
ଦ୍ୱିଜା- ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଉତ୍ତିର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ ।
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ  ଦଣ୍ଡ ପାଇ ପାରନ୍ତି ।   
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-            
କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।
ରୋହିଣୀ- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ମୃଗଶିରା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ  ଆପଣଙ୍କୁ ସହଯୋଗ କରିବେ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-   
ମୃଗଶିରା- କର୍ମ କ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ।    
ଆଦ୍ରା- ରାଜନୈତିକ କ୍ଷେତ୍ରରେ ଶତ୍ରୁ ମାନେ ବୃଦ୍ଧି ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ  ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।      
ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମକଦ୍ଦମାରେ ସଫଳତା ମିଳିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପୁନର୍ବସୁ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ  ଦୂର ଜାଗାକୁ ଯାତ୍ରା କରିବେ ।
ପୁଷ୍ୟା- ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଅଶ୍ଳେଷା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
ମଘା- ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ- ଫାଲ୍‌ଗୁନୀ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।
ଉ- ଫାଲ୍‌ଗୁନୀ- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

କନ୍ୟା-
ଉ- ଫାଲ୍‌ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ଚିତ୍ରା- ଅଯଥା ଯିବେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯାଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ 

ତୁଳା-
ଚିତ୍ରା- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ ।
ସ୍ୱାତୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । 
ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ବିଶାଖା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।  
ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ଧନୁ-
ମୂଳା- ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ସାମାନ୍ୟ କ୍ଷତି ସହିବେ । ଆର୍ଥିକ  କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ପୂ, ଷାଢା- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ଉ,  ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ମକର
ଉ, ଷାଢା- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।    
ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।
ଧନିଷ୍ଠା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବା ପାଇଁ ଚେଷ୍ଟା କରନ୍ତୁ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।
ଶତଭିଷା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପୂ,  ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ମୀନ
ପୂ , ଭାଦ୍ରପଦ – କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । 
ଉ , ଭଦ୍ରପଦ - ପ୍ରସାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।
ରେବତୀ – ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗରିବ ଲୋକଙ୍କୁ ସହାୟତା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।