Daily Horoscope 7th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଦ୍ୱିଜା-- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।
କୃତିକା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ ।
ରୋହିଣୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।
ମୃଗଶିରା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ ।
ଆଦ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ
ପୁନର୍ବସୁ-ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ବନ୍ଧୁ ଓ ପରିବାର ମଧ୍ୟରେ ହସ ଖୁସିରେ ସମୟ ଅତିବାହିତ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ।
ପୁଷ୍ୟା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ଅଶ୍ଲେଷା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ମଘା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ପୂ,ଫାଲଗୁନି- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡିପାରେ ।
ଉ,ଫାଲଗୁନି- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ହସ୍ତା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଚିତ୍ରା-ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ଚିତ୍ରା- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର୍ୟ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ ।
ସ୍ୱାତୀ- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ବିଶାଖା- ଅଭାବି ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା-
ବିଶାଖା- ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅନୁରାଧା- ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ ।
ଜ୍ୟେଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା-ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ ।
ପୂ,ଷାଢା- ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।
ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ପରିବାରରେ ସମସ୍ତଙ୍କୁ ସାହାର୍ଯ୍ୟ କରିବାରେ ସଫଳ ହେବେ ।
ଶ୍ରବଣା- ଆମଦାନି ବଢାଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ
ଧନିଷ୍ଠା- କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ ।
ଶତଭିଷା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖେଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ଉ,ଭାଦ୍ରପଦ- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି।
ରେବତୀ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।