Daily Horoscope 8th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Aug 08, 2026 - 09:02
Daily Horoscope 8th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇ ପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ।
ଦ୍ୱିଜା-- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର‌୍ୟ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ ।    
କୃତିକା- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ବୃଷ-
କୃତିକା- ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ ।
ରୋହିଣୀ-ନୂତନ ଦ୍ରବ୍ୟ କ୍ରୟ କରି ଆର୍ଥିକ କ୍ଷେତ୍ରରେ ଦୁର୍ବଳ ହୋଇଯିବେ । କର୍ମ କ୍ଷେତ୍ରରେ ମୁର୍ଖତା ପାଇଁ ଇଛା କରି କେତେକ କାର୍ଯ୍ୟ ଅଧାରେ ଅଟକି ଯାଇପାରେ । ନୂତନ ଦ୍ରବ୍ୟ କ୍ରୟକରି ଆର୍ଥିକ କ୍ଷେତ୍ରରେ ଦୁର୍ବଳ ହୋଇଯିବେ ।
ମୃଗଶିରା- ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ସାମାଜିକ କାମରେ ବିଶେଷ ସମୟ ନେବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ 

ମିଥୁନ-
ମୃଗଶିରା- ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । 
ଆଦ୍ରା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ ।
ପୁନର୍ବସୁ-ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- କର୍ମକ୍ଷେତ୍ରରେ ଅବହେଳା କରି ବିଫଳ ପାଇବେ । ନୂଆ ସଂପର୍କ ଯୋଡିବା ପାଇଁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ବଢିପାରେ । ବନ୍ଧୁ ବାନ୍ଧବଙ୍କ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ ।
ପୁଷ୍ୟା- ଅଫିସ୍‌ରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ ।
ଅଶ୍ଲେଷା- ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଧର୍ମକାର୍ଯ୍ୟରେ ଅର୍ଥବ୍ୟୟ କରିବେ। ଜମିଜମା,ଗୃହସୀମା, ନିର୍ମାଣ, କୋର୍ଟକଚେରୀ ମାମଲା କ୍ଷେତ୍ରରେ ସଂକଟ ଜନକ ସ୍ଥିତି ସୃଷ୍ଟି ହେବ। 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
ମଘା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।
ପୂ,ଫାଲଗୁନି- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡିପାରେ । 
ଉ,ଫାଲଗୁନି- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ ।  ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ଉ,ଫଳଗୁନି- ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ଆକାର ଧାରଣ କରିବାର ସମ୍ଭାବନା ରହିଛି।    
ହସ୍ତା- ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ ।
ଚିତ୍ରା- ଘରଲୋକଙ୍କୁ ଅବିଶ୍ୱାସ କରିବା ସାଙ୍ଗକୁ ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। କଚେରି ମାମଲା, ଘରୋଇ ଟେନ୍‌ସନ ଦୂର ହେବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଚିତ୍ରା- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର  ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର‌୍ୟ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । 
ସ୍ୱାତୀ- ନୂଆ ଯାନବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।
ବିଶାଖା- ଅଭାବି  ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ ।  ଆପଣଙ୍କ ଆୟ ପୂର୍ବ ପରି ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ବିଛା-
ବିଶାଖା- ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ।
ଅନୁରାଧା- ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ । ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଜ୍ୟେଷ୍ଠା- ସଭାସମିତିରେ ସୀମା ଭିତରେ ରହିବା ଭଲ । ମହିଳା ମାନେ ଦର୍ଶନାଭିଳାଷି ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଧନୁ-
ମୂଳା-ପରିକ୍ଷାରେ କୃତକାର୍ଯ୍ୟ ହେବେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ ।
ପୂ,ଷାଢା- ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।
ଉ,ଷାଢା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ  ମିଳିବ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ଉ,ଷାଢା- କର୍ମ କ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ । ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଅନ୍ୟକାମରେ ନିଜର ମତ ଦେବାରୁ ନିବୃତ ରୁହନ୍ତୁ
ଶ୍ରବଣା- ସମସ୍ୟା ମଧ୍ୟରେ ବୁଡ଼ି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିବ। ତଥାପି ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ବହୁତ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ କରିପାରିବେ। ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ। 
ଧନିଷ୍ଠା- ସଭାସମିତି ଓ ସାହିତ୍ୟ, ସାମ୍ବାଦିକତା, ଏଜଜେନ୍‌ଶିପରୁ ପ୍ରଶଂସିତ ହେବେ। ଓକିଲଙ୍କ ଲାଗି ଦିନଟି ଫଳପ୍ରଦ ହେବ । ସରକାରୀ ସ୍ତରରୁ କୌଣସି ଶୁଭଖବର ଶୁଣିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ 

କୁମ୍ଭ-
ଧନିଷ୍ଠା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ ।
ଶତଭିଷା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ଆଲୋଚନା କାଳରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ଉ,ଭାଦ୍ରପଦ- ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନରତ ରହିବେ । ସାମାଜିକ ଗଣମାଧ୍ୟମରୁ ସହଯୋଗ ପାଇବେ । ଅଫିସ୍ ରେ ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ।
ରେବତୀ- ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ପ୍ରୟାସ କରିବେ। ବିବାଦୀୟ ଘଟଣାରେ ବିଜୟଲାଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।