Daily Horoscope 8th Sept 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ମାନସିକ ସ୍ତରରେ ଉନ୍ନତି ଆସିବ । କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।
ଦ୍ୱିଜା- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।
କୃତିକା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ସଭାସମିତି, ବନ୍ଧୁ ସମ୍ପର୍କ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ
ବୃଷ-
କୃତିକା- ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ରୋହିଣୀ- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ ।
ମୃଗଶିରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ
ମିଥୁନ-
ମୃଗଶିରା- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ ।
ଆଦ୍ରା- ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ।
ପୁନର୍ବସୁ- ରାଜନୀତି କ୍ଷେତ୍ରରେ ମତାନ୍ତରର ସମ୍ଭାବନା ରହିଛି । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପେଟ ଓ ରକ୍ତ ଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ ।
ପୁଷ୍ୟା- ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ଅଶ୍ଲେଷା- ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିବ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ସିଂହ-
ମଘା- ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ । ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ ।
ପୂ- ଫାଲ୍ଗୁନୀ- ରାଜନୈତିକ ସାହର୍ଯ୍ୟ ସହଯୋଗ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ଉ- ଫାଲ୍ଗୁନୀ- ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।
ହସ୍ତା- ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।
ଚିତ୍ରା- ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଚିତ୍ରା- ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ଫଳ ପ୍ରାପ୍ତି ହୋଇପାରେ ।
ସ୍ୱାତୀ- କୌଣସି ଜିନିଷଟି ପାଇଁ ସହକର୍ମୀଙ୍କ ମଧ୍ୟରେ ତର୍କ ଓ ବିବାଦ ବଢ଼ିପାରେ। ଶତ୍ରୁମାନେ ମିତ୍ରଭାବ ପୋଷଣ କରିବାର ଅନୁଭବ କରିବେ। ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ବିଶାଖା- ପରିବାରର ଗୁରୁଜନମାନେ ଆପଣଙ୍କ ଆଚରଣରେ ଅତ୍ୟନ୍ତ ସନ୍ତୁଷ୍ଟ ହେବେ । ମାଲିମକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ
ବିଛା-
ବିଶାଖା- ମାନସିକ ସ୍ତରରେ ଶକ୍ତିଶାଳୀ ହେବାସହ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତ ହେବ । ଶାରିରୀକ ସୁସ୍ଥତା ଦେଖାଦେବ । କର୍ମ କ୍ଷେତ୍ରରେ ଉତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିସ୍କାର କରି ପାରିବେ ।
ଅନୁରାଧା- ପ୍ରେମିକ ପ୍ରେମିକା ମାନେ କ୍ରୋଧ ନିରନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ଶିକ୍ଷାର୍ଥୀ ମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଶତୃମାନେ ପରାଜିତ ହେବା ଫଳରେ ବ୍ୟବସାୟରେ ଭଲ ଲାଭ ପାଇବେ ।
ଜ୍ୟେଷ୍ଠା- କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବନ୍ଧୁ ମିଳନ ହେତୁ ଖୁସୀ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
ମୂଳା- ଆକସ୍ମିକ ଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।
ପୂ, ଷାଢା- ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ଉ, ଷାଢା- କୌଣସି ଅସୁବିଧା ନ ଥିଲେ ମଧ୍ୟ ଅତୀତ ଘଟଣାକୁ ନେଇ ମନ ଦୁଃଖରେ ରହିବେ। ସ୍ବାସ୍ଥ୍ୟ ସମସ୍ୟା, ପାରିବାରିକ ମତାନ୍ତର, ମନରେ ଭାବାନ୍ତର ସୃଷ୍ଟି କରିବ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ଉ,ଷାଢା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ ।
ଶ୍ରବଣା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ ।
ଧନିଷ୍ଠା- ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
କୁମ୍ଭ
ଧନିଷ୍ଠା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର୍ୟ୍ୟହାସଲ ପୂର୍ବକ ଉପକୃତ ହେବେ।
ଶତଭିଷା- ରାଜନୈତିକ ସ୍ତରରେ ହଠାତ୍ ବିରାଧୀ ପକ୍ଷ ସକ୍ରିୟ ହୋଇପାରନ୍ତି । ଆବଶ୍ୟକତାନୁଯାୟୀ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି
ପୂ, ଭାଦ୍ରପଦ- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସକାଶେ ଅନୁକୂଳତା ଅନୁଭବ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ
ଉ,ଭାଦ୍ରପଦ- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।
ରେବତୀ- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।