Daily Horoscope 9th October 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଲାଗି ରହିବ ।
ଦ୍ୱିଜା - ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର ।
କୃତିକା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ
କୃତିକା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛଅ ପଇସା ଖର୍ଚ୍ଚ କରିବାକୁ ପଡିବ ।
ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାଯ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।
ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସି ହେବେ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର,ସମ୍ମାନ ଓ ପ୍ରଶଂସା ପାଇବେ ।
ଆଦ୍ରା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ ।
ପୁନର୍ବସୁ- ପୈତୃକ ସମ୍ପତି ପାଇଁ ଲାଗି ରହିଥିବା ସମସ୍ୟାରୁ ମୁକ୍ତ ହେବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ
ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପୁଷ୍ୟା – ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।
ଅଶ୍ଳେଷା - ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।
ପୂ- ଫାଲ୍ଗୁନୀ- ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଉ- ଫାଲ୍ଗୁନୀ- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା
ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର୍ୟ୍ୟରେ ପୁରା କରିବେ ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।
ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତନ କରିପାରନ୍ତି
ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ଚିତ୍ରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।
ବିଶାଖା- ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା
ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତ ମାନଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ତିରିକୃତ ହେବ
ଜ୍ୟେଷ୍ଠା – ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ପୂ, ଷାଢା- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।
ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୃତିରୁ ଆଶ୍ଵସ୍ଥି ଲାଭ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ
ମକର
ଉ , ଷାଢା - ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।
ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ମୀନ
ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଉ , ଭଦ୍ରପଦ - ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।
ରେବତୀ – ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର୍ଯ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।