Deep Depression Likely Tonight: ଧୀରେ ଧୀରେ ଦୁର୍ବଳ ହେଉଛି ଅର୍ଣ୍ଣବ, ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ପବନ ଜାରି

Oct 28, 2026 - 21:28
Deep Depression Likely Tonight: ଧୀରେ ଧୀରେ ଦୁର୍ବଳ ହେଉଛି ଅର୍ଣ୍ଣବ, ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ପବନ ଜାରି

ଧୀରେ ଧୀରେ ଦୁର୍ବଳ ହେଉଛି ସାମୁଦ୍ରିକ ଝଡ଼ 'ଅର୍ଣ୍ଣବ'।

ଗତ ୬ ଘଣ୍ଟା ଧରି ୭ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି।

ବର୍ତ୍ତମାନ ପବନର ବେଗ ଘଣ୍ଟାପ୍ରତି ୮୫ରୁ ୯୫ କିଲୋମିଟର ରହିଥିବା ବେଳେ ଝଟକା ପବନର ବେଗ ରହିଛି ୧୦୫ କିଲୋମିଟର।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଅର୍ଣ୍ଣବ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆଜି ରାତି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ ।

Advertisment ପ୍ରଭାବରେ ବର୍ତ୍ତମାନ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ପବନର ପ୍ରଭାବ ଅଧିକ ରହିଛି।

ଆଜି ରାତିରେ ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ।

ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ଏବଂ ଝଟକା ପବନ ୭୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ବିଶେଷକରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଅଧିକ ପ୍ରଭାବ ଦେଖିବାକୁ ମିଳିବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।