Deep Depression to Weaken in 12 Hours: ସକ୍ରିୟ ରହିଛି ଗଭୀର ଅବପାତ, ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଗତି କରୁଛି
ଦକ୍ଷିଣ ଓଡିଶା ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପରେ ଏବେ ବି ସକ୍ରିୟ ରହିଛି ଗଭୀର ଅବପାତ। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହେବାର ସମ୍ଭାବନା ରହିଛି। ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି।
ଭବାନୀପାଟଣାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୬୦ କିମି, ଟିଟିଲାଗଡ଼ରୁ ଦକ୍ଷିଣପଶ୍ଚିମ ଦିଗରେ ୯୦ କିମି, ଛତିଶଗଡ଼ କାଙ୍କେରରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୧୪୦ କିମି ଏବଂ ରାୟପୁରରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୨୦୦ କିମି ଦୂରରେ ରହିଛି।
ଏହା କ୍ରମାଗତ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ଏବଂ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ଏହା ପ୍ରଭାବରେ ଆଜି ଦକ୍ଷିଣ ଓଡି଼ଶା ସହ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।