Depression Forms Over Bay of Bengal: ଅବପାତ ଆଣୁଛି ପ୍ରବଳ ବର୍ଷା, ମୟୂରଭଞ୍ଜ-ବାଲେଶ୍ୱର-କେନ୍ଦ୍ରାପଡ଼ାକୁ ରେଡ୍ ଆଲର୍ଟ
ବଙ୍ଗୋପସାଗରରେ ଅବପାତ। ଆଜି ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ। ଡିପ୍ରେସନ୍ ଏବେ ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି। ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଡ଼କୁ ଅଗ୍ରସର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଭୀଷଣ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ଅରେଞ୍ଜ ସତର୍କତା।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।