DGP: ୭କୁ ଘୁଞ୍ଚିଲା ଓଡ଼ିଶା ଡିଜିପି ଚୟନ ମାମଲାର ଶୁଣାଣି
"ଭୁବନେଶ୍ବର: ଓଡ଼ିଶାର ସ୍ଥାୟୀ ଡିଜିପି ଚୟନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗକୁ ନେଇ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣିକୁ ଆସନ୍ତା ୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।
ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଆସନ୍ତା ୭ ତାରିଖରେ ଏହି ମାମଲାର ଶୁଣାଣି କରିବେ ।
ମୁଖ୍ୟ ପ୍ରସଙ୍ଗ ହେଉଛି ଓଡ଼ିଶାର ଡିଜିପି ଚୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟଙ୍କ ୨୦୦୬ ମସିହାର ପ୍ରକାଶ ସିଂହ ରାୟରେ ଦିଆଯାଇଥିବା ଗାଇଡଲାଇନ୍ ପାଳନ କରାଯାଇଛି କି ନାହିଁ ।Advertisment ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପି.
ଚିଦାମ୍ବରମ୍ ଅଭିଯୋଗ କରିଛନ୍ତି ଯେ, ଜଣେ ଜୁନିଅର ଅଫିସରଙ୍କୁ ଡିଜିପି ଚୟନ ଦୌଡ଼ରେ ସାମିଲ କରିବା ପାଇଁ ରାଜ୍ୟ ସରକାର ତାଙ୍କୁ ରାତିଅଧିଆ ପଦୋନ୍ନତି ଦେଇଥିଲେ ।
ଏହା ଡିଜିପି ଚୟନ ସମ୍ପର୍କିତ ନିୟମ ଓ ପ୍ରକାଶ ସିଂହ ଗାଇଡଲାଇନ୍ର ଉଲ୍ଲଂଘନ ବୋଲି ଆବେଦନକାରୀ ପକ୍ଷର ଦାବି।
ଅନ୍ୟପଟେ, ରାଜ୍ୟ ସରକାର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି।
କାଉଣ୍ଟର ଆଫିଡେଭିଟ୍ରେ ସରକାର କହିଛନ୍ତି ଯେ, ଆଇପିଏସ୍ ଅଧିକାରୀଙ୍କ ପଦୋନ୍ନତି ଏକ ନିୟମିତ ପ୍ରଶାସନିକ ପ୍ରକ୍ରିୟା।
ଏଥିରେ କୌଣସି ନିୟମ ଉଲ୍ଲଂଘନ ହୋଇନାହିଁ ।
ବିନୟତୋଷ ମିଶ୍ର ଅତିରିକ୍ତ ଡିଜିପି ଭାବେ ଦାୟିତ୍ୱ ତୁଲାଉଛନ୍ତି ପୂର୍ବତନ ଡିଜିପି ୱାଇ.ବି.
ଖୁରାନିଆଙ୍କ ଅବସର ପରେ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅତିରିକ୍ତ ଡିଜିପି ଭାବେ ଦାୟିତ୍ୱ ତୁଲାଉଛନ୍ତି ।
ଏହାପୂର୍ବରୁ ଅଗଷ୍ଟ ୧୩ରେ ସୁପ୍ରିମକୋର୍ଟ ୟୁପିଏସସିକୁ ସ୍ଥାୟୀ ଡିଜିପି ଚୟନ ବୈଠକ ସ୍ଥଗିତ ରଖିବାକୁ କହିଥିଲେ ।
ପରେ ଅଗଷ୍ଟ ୧୮ରେ ହୋଇଥିବା ଶୁଣାଣିରେ ରାଜ୍ୟ ସରକାରଙ୍କ ଜବାବ ରେକର୍ଡଭୁକ୍ତ ହୋଇନଥିବାରୁ ଆଜିର ଶୁଣାଣି ଧାର୍ଯ୍ୟ ହୋଇଥିଲା ।
ଏବେ ଆସନ୍ତା ୭ ତାରିଖରେ ସୁପ୍ରିମକୋର୍ଟରେ ହେବ ଗୁରୁତ୍ୱପୂର୍ଣ୍ଣ ଶୁଣାଣି।
ରାଜ୍ୟ ସରକାର ଓ ୟୁପିଏସସିର ଯୁକ୍ତି ଶୁଣିବା ପରେ କୋର୍ଟ ସ୍ଥାୟୀ ଡିଜିପି ନିଯୁକ୍ତି ପ୍ରକ୍ରିୟାକୁ ନେଇ କୌଣସି ସ୍ପଷ୍ଟ ନିର୍ଦ୍ଦେଶ ଦେବେ କି ନାହିଁ, ଏବେ ତାହା ଉପରେ ନଜର ।
PUCC: କୋହଳ ହେଲା ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ ଜରିମାନା "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।