Dr Ashok Mahapatra Passes Away: ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ

Nov 02, 2026 - 22:29
Dr Ashok Mahapatra Passes Away: ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ

ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ।

ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ବ୍ରେନ୍ ଷ୍ଟ୍ରୋକ୍‌ ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା ଏବଂ ସେଠାରେ ଚିକିତ୍ସା ଜାରି ରହିଥିଲା।

Advertisment ଡାକ୍ତର ଅଶୋକ ମହାପାତ୍ର ଭୁବନେଶ୍ୱର ଏମ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଥିଲେ।

ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୨୪ରେ ତାଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ପ୍ରଦାନ କରାଯାଇଥିଲା।

କନ୍ଧମାଳର ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆଙ୍କ ଅସ୍ତ୍ରୋପଚାରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା।

ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ଉଭୟ ଶିଶୁଙ୍କୁ ଅଲଗା କରି ନୂଆ ଜୀବନ ଦେବାରେ ସେ ସଫଳ ହୋଇଥିଲେ।

ତାଙ୍କ ବିୟୋଗରେ ଚିକିତ୍ସା ଜଗତ ସହ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।