Education: ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି
"ଖୋର୍ଦ୍ଧା: ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।
ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ।
ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି।Advertisment ଜିଲ୍ଲାରେ ଲଘୁଚାପ ଜନିତ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି।
ମାତ୍ର ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ।
ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ।
ଏହି ସମୟରେ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
Rain: ମୌସୁମୀ ବର୍ଷାର ଆଉ ଏକ ପର୍ଯ୍ୟାୟ: ଗୁଜରାଟ ଓ ମହାରାଷ୍ଟ୍ରରେ ପ୍ରବଳ ବର୍ଷା ସମ୍ଭାବନା ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।