ଅସ୍ତରଙ୍ଗ ରାସ୍ତାକଡ଼ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପାଖରେ ସାଇକେଲ ଓ ଚପଲ
ନନ୍ଦିଘୋଷ ବ୍ୟୁରୋ : ପୁରୀ ଜିଲ୍ଲା ଅସ୍ତରଙ୍ଗ-କାକଟପୁର ମୁଖ୍ୟ ରାସ୍ତା ଉକୁଳେଇ ଛକ ଜେନା ବିଲଡିଂ ସାମ୍ନାରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର ହୋଇଛି । ବ୍ୟକ୍ତି ଜଣକ ଶରୀରରେ କେବଳ ଗୋଟିଏ ଗାମୁଛା ବ୍ୟତୀତ ଆଉ କିଛି ପିନ୍ଧି ନଥିଲେ । ତାଙ୍କ ନିକଟରେ ଗୋଟିଏ ସାଇକେଲ ଓ ଗୋଟିଏ ଚପଲ ପଡିଛି । ମୃତ ବ୍ୟକ୍ତିଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳି ପାରିନାହିଁ । ଅସ୍ତରଙ୍ଗ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତ ଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣା ପଡିବ ବୋଲି କହିଛି ପୋଲିସ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।