ଆକାଶ ମାର୍ଗରୁ ଦକ୍ଷିଣ ଓଡ଼ିଶାର ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ନନ୍ଦିଘୋଷ ବ୍ୟୁରୋ : ଆକାଶ ମାର୍ଗରୁ ଦକ୍ଷିଣ ଓଡ଼ିଶାର ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି। ୭ ଦିନ ଭିତରେ କ୍ଷୟକ୍ଷତିର ଆକଳନ କରି ତୁରନ୍ତ ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳଙ୍କୁ ଦେଇଛନ୍ତି ନିର୍ଦ୍ଦେଶ। ତାଙ୍କ ସହିତ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ବି ଥିଲେ। ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବା ପୂର୍ବରୁ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହିତ ବନ୍ଯା ସ୍ଥିତି ସଂପର୍କରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ପରିସ୍ଥିତିର ସମୀକ୍ଷା କରିଥିଲେ। କ୍ଷତିପୂରଣ ଦିଆଯିବ ବୋଲି କହିଥିଲେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ଜୟପୁରରେ ସ୍ଥିତି ସମୀକ୍ଷା କରିବା ପରେ କୋଟପାଡ଼ ଅଭିମୁଖେ ବାହାରିଥିଲେ ମୁଖ୍ୟମନ୍ତ୍ରୀ। ବୋଟରେ ଯାଇ ତୁରୁଞ୍ଜି ଗାଁରେ ସେ ବନ୍ୟା ପ୍ରଭାବିତଙ୍କ ସହିତ ଆଲୋଚନା କରିଥିଲେ। ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହା ପରେ ସେ ଚାନ୍ଦିଲି ନିକଟରେ ଥିବା ରିଲିଫ କେନ୍ଦ୍ରକୁ ଯାଇ ବନ୍ୟା ପ୍ରଭାବିତଙ୍କ ସହିତ ଆଲୋଚନା କରିଥିଲେ। ଚାଷବାସ, ଘରଦ୍ୱାର, ରାସ୍ତାଘାଟ, ବିଦ୍ୟୁତ – ସମସ୍ତ କ୍ଷୟକ୍ଷତିର ଆକଳନ କରି କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। …
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।