ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସପ୍ତପୁରୀ ଅମାବାସ୍ୟା ନୀତି

Sep 11, 2026 - 08:50
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସପ୍ତପୁରୀ ଅମାବାସ୍ୟା ନୀତି

ନନ୍ଦିଘୋଷ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସପ୍ତପୁରୀ ଅମାବାସ୍ୟା ନୀତି। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଇଥିବା ବେକେ ଆଜିର ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କ ନିକଟରେ ସପ୍ତପୁରୀ ଭୋଗ ଲାଗିଥାଏ । ଏହି ଭୋଗକୁ ମା ଦକ୍ଷିଣ କାଳୀ ମହାପ୍ରଭୁଙ୍କ ନିମନ୍ତେ ପ୍ରସ୍ତୁତ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ। ଆଜି ସକାଳେ ଶ୍ରୀଜୀଉଙ୍କ ଅବକାଶ ନୀତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପରେ ସାତପୁରୀ ଭୋଗ ରୋଷ ଘରୁ ଆସିବା ସହ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥାନ୍ତି।

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର  ବିଶେଷ ପୂଜାନୀତି ସହ ଆଜି ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ। ତେବେ କୁମ୍ଭାରପଡା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ  ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ଚାରି ଗୋଟି ମାଟିର ତାଡ଼ ଶ୍ରୀମନ୍ଦିରରେ ପହଂଚିବା ପରେ ଚତୁପାର୍ଶ୍ଵ ବୁଲି ତାଡଗୁଡିକୁ ରୋଷଘର ବେହେରଣରେ। ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ। …

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।