ଦଶହରାରେ ସୁନାବେଶରେ ଦର୍ଶନ ଦେବେ ମା’ ତାରିଣୀ

Oct 13, 2026 - 17:51
ଦଶହରାରେ ସୁନାବେଶରେ ଦର୍ଶନ ଦେବେ ମା’ ତାରିଣୀ

ନନ୍ଦିଘୋଷ ବ୍ୟୁରୋ:  ଘଣ୍ଟଘଣ୍ଟାରେ କମ୍ପୁଛି ପରିବେଶ । ଧୂପ ଦୀପ ନୈବେଦ୍ୟ ଦେଇ ପୂଜା କରୁଛନ୍ତି ଶ୍ରଦ୍ଧାଳୁ । ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ କେନ୍ଦୁଝରର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠ । ସ୍ଵତନ୍ତ୍ର ରୀତିନୀତିରେ ଚାଲିଛି ପୂଜାର୍ଚ୍ଚନା । ସପ୍ତମୀ ଠାରୁ ବିଜୟା ଦଶମୀ ପର୍ଯ୍ୟନ୍ତ ସୁନା ବେଶରେ ଦର୍ଶନ ଦେବେ ମାଆ । ବହୁ ସଂଖ୍ୟକ ଭକ୍ତଙ୍କ ସମାଗମକୁ ଦୃଷ୍ଟି ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ତାରିଣୀଙ୍କ ବିଭିନ୍ନ ପର୍ବ ମଧ୍ୟରୁ ଦଶହରା ପର୍ବ ବହୁ ଆଡମ୍ବରରେ ପାଳନ ହୁଏ । ପୂଜା ପାଇଁ ପୀଠ ସମେତ ମଣ୍ଡପରେ ଚାଲିଛି ଜୋରଦାର ପ୍ରସ୍ତୁତି । ମନ୍ଦିର ପରିସର ଦୁର୍ଗା ମଣ୍ଡପରେ ମାଙ୍କ ମୃଣ୍ମୟ ମୂର୍ତ୍ତି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତୋରଣ କାର୍ଯ୍ୟ ପ୍ରାୟତଃ ଶେଷ ହୋଇଥିବା ବେଳେ ଆଲୋକିକରଣ ଓ ମଣ୍ଡପ ସଜ୍ଜା ଜୋରସୋରରେ ଚାଲିଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।