ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
ଝାରସୁଗୁଡ଼ା : ଝାରସୁଗୁଡ଼ା ପୋଲିସର ପୁଣି ଏନକାଉଣ୍ଟର l ଝାରସୁଗୁଡା ସ୍ଥିତ ଆମଦର ଜଙ୍ଗଲରେ ଏନକାଉଣ୍ଟର l ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦ ଆହତ l ଆଜି ସକାଳେ ଆମଦର ଜଙ୍ଗଲ ନିକଟରେ ଚାଲିଥିବା ଏକ ସର୍ଚ୍ଚ ଅପରେସନ୍ ବେଳେ ଓରିଏଣ୍ଟ ପୋଲିସ ବଣ୍ଟି ପ୍ରସାଦ ସାମ୍ନାସାମ୍ନି ହୋଇଥିଲେ । ଅପରେସନ୍ ସମୟରେ ବଣ୍ଟି ପୋଲିସ ଟିମ୍ ଉପରକୁ ଗୁଳି ଚଳାଇଥିଲା । ଜବାବରେ ଆତ୍ମରକ୍ଷା ପାଇଁ ପୋଲିସ ଗୁଳି ଚଳାଇଥିଲା । ବଣ୍ଟିର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ବ୍ରଜରାଜନଗର ସିଏଚ୍ସି ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ହନୁମାନ ନଗରର ବାସିନ୍ଦା ବଣ୍ଟି । ତା ବିରୋଧରେ ଝାରସୁଗୁଡ଼ା, ବ୍ରଜରାଜନଗର ଓ ଓରିଏଣ୍ଟ ଥାନାରେ ହତ୍ୟା ଉଦ୍ୟମ, ଡକାୟତି ଯୋଜନା, ସଙ୍ଗଠିତ ଅପରାଧ ଏବଂ ବେଆଇନ ବନ୍ଧୁକ କାରବାର ଭଳି ୧୭ଟି ସଙ୍ଗୀନ ମାମଲା ରହିଛି । ଘଟଣାସ୍ଥଳରୁ ବେଆଇନ ମାରଣାସ୍ତ୍ର ଜବତ କରାଯାଇଛି । ଏନକାଉଣ୍ଟର ପରେ ପୋଲିସ ପକ୍ଷରୁ କଡ଼ା ପାଟ୍ରୋଲିଂ ଜାରି ରହିଛି ।….
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।