ନାଭିଗୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ, ମା’ ବିରଜା ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଯାଜପୁର: ନାଭିଗୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ। ଚଳଚଞ୍ଚଳ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠ। ପିତୃପକ୍ଷରେ ପିଣ୍ଡଦାନ ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ଅନେକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବାରେ ଲାଗିଛି । ପ୍ରତିପଦା ଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ନାଭିଗୟା ରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ୱତନ୍ତ୍ର ପରମ୍ପରା ରହିଛି । ଏହି ପିତୃପକ୍ଷରେ ପିଣ୍ଡଦାନ କଲେ ପିତୃପୁରଷଙ୍କ ମୋକ୍ଷ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି । ସେଥିପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ପୀଠରେ ମା ବିରଜାଙ୍କୁ ଦର୍ଶନ କରିବା ସହ ପିତୃପୁରଷଙ୍କୁ ପିଣ୍ଡ ଦେଉଛନ୍ତି ଶ୍ରଦ୍ଧାଳୁ। ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ପିଣ୍ଡଦାନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବିଭିନ୍ନ ସ୍ଥାନରେ ଖରା ଓ ବର୍ଷା ପାଇଁ ଅସ୍ଥାୟୀ ଟେଣ୍ଟ ବ୍ୟବସ୍ଥା କରାଯାଇଛି । ବର୍ଷ ତମାମ ଏଠାରେ ପିଣ୍ଡଦାନ କାର୍ଯ୍ୟ ଚାଲୁରହିଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ କେବେ ଏହି କୁଣ୍ଡ ପୂରଣ ହୋଇଥିବା ଦେଖିବାକୁ ମିଳେ ନାହିଁ । ଯାହାକୁ ଗୁପ୍ତଗଂଗା ବୋଲି ବିଶ୍ୱାସ କରାଯାଏ । ଏଭଳି ଅନେକ ପୌରାଣିକ ବିଶ୍ୱାସ ରହିଥିବାରୁ ବର୍ଷ ତମାମ ଏଠାକୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।