ସକ୍ରିୟ ରହିଛି ଘୂର୍ଣ୍ଣିବଳୟ
ଭୁବନେଶ୍ବର : ସକ୍ରିୟ ରହିଛି ଘୂର୍ଣ୍ଣିବଳୟ ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଘଡ଼ଘଡ଼ି ସହିତ ବିଜୁଳି ଏବଂ ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ କେନ୍ଦ୍ର ଜାରି କରିଛି ୟେଲୋ ଆଲର୍ଟ । ଆସନ୍ତା ୨ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ । ଆସନ୍ତା ୭ ତାରିଖ ଯାଏ ରାଜ୍ୟରେ ବର୍ଷା ନେଇ କୌଣସି ଚେତାବନୀ ଜାରି କରାଯାଇନାହିଁ । ଏପଟେ ଗତକାଲିର ଅବପାତ ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି I ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳ ଆଡ଼କୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ କ୍ରମଶଃ ଦୁର୍ବଳ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ନବରଙ୍ଗପୁରରେ ୪ ମିଲିମିଟର ରେକର୍ଡ କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ କୁହୁଡ଼ି ପରିଲକ୍ଷିତ ହୋଇଛି।….
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।