Five Accused Held in Cuttack Gang Rape Case: ନିଶ୍ଚିନ୍ତକୋଇଲି ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତ ଗିରଫ

Aug 13, 2026 - 16:42
Five Accused Held in Cuttack Gang Rape Case: ନିଶ୍ଚିନ୍ତକୋଇଲି ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତ ଗିରଫ

ନିଶ୍ଚିନ୍ତକୋଇଲି ଗଣଦୁଷ୍କର୍ମ ମାମଲାରେ ୫ ଅଭିଯୁକ୍ତ ଗିରଫ। କଟକ ନିଶ୍ଚିନ୍ତକୋଇଲି ଗଣଦୁଷ୍କର୍ମ ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କଟକ ଗ୍ରାମାଞ୍ଚଳ ପୋଲିସ। ଏନେଇ ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି କଟକ ଗ୍ରାମାଞ୍ଚଳ ଏସ୍ପି ଭିନିତ ଅଗ୍ରୱାଲ। ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି। ମାମଲାର ତ୍ବରିତ ଶୁଣାଣି ପାଇଁ ପଦକ୍ଷେପ ନିଆଯିବ। ୯୦ ଦିନ ଭିତରେ ଚାର୍ଜସିଟ୍ ଦାଖଲ କରାଯିବ ବୋଲି ସୂଚନା ଦେଇଛନ୍ତି ଗ୍ରାମାଞ୍ଚଳ ଏସପି।...

ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ଜଣେ ଯୁବତୀ ତାଙ୍କ ପୁରୁଷ ବନ୍ଧୁଙ୍କ ସହ କାରରେ କେନ୍ଦ୍ରାପଡ଼ା ଆଡ଼କୁ ଯାଉଥିବା ବେଳେ କିଛି ଯୁବକ ତାଙ୍କୁ ଅଟକାଇଥିଲେ। ପରେ ଯୁବତୀଙ୍କୁ ଏକାକୀ ପାଇ ତାଙ୍କ ସହ ଜୋରଜବରଦସ୍ତ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା।...

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।