Flood in Odisha: ଦକ୍ଷିଣ ଓଡ଼ିଶାର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ
"ଭୁବନେଶ୍ବର: ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିବେ।
Advertisment ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ବନ୍ୟାଞ୍ଚଳ ପରିଦର୍ଶନ କରିବେ।
ଏହି ଅବସରରେ କୋରାପୁଟ ଜିଲ୍ଲାର କୋଟପାଡ଼ଠାରେ ବନ୍ୟା ସ୍ଥିତି ସମୀକ୍ଷା କରିବା ସହ ଜୟପୁରଠାରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ବତନ୍ତ୍ର ରିଲିଫ କମିସନର ରାଜେଶ ପ୍ରଭାକର ପାଟିଲ୍ ଯିବେ ବୋଲି ଜଣାପଡ଼ିଛି।
Flood in Odisha: ବୈତରଣୀ ନଦୀରେ ବନ୍ୟା; ଘାଇରେ ଘାଇଲା ୧୫ ପଞ୍ଚାୟତ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।