Fresh Low-Pressure Area on August 12: ୧୨ରେ ଆଉ ଏକ ଲଘୁଚାପ ! ୬ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

Aug 10, 2026 - 17:16
Fresh Low-Pressure Area on August 12: ୧୨ରେ ଆଉ ଏକ ଲଘୁଚାପ ! ୬ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଆସୁଛି ଆଉ ଏକ ଲଘୁଚାପ। ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳ ଉପରେ  ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ସହ ସମୁଦ୍ର ପତ୍ତନରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ।

ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ପୁରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୪ ତାରିଖ ପର୍ଯ୍ୟନ୍ତ ପୁରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୫ ଏବଂ ୧୬ ତାରିଖରେ ପଶ୍ଚିମ ଓ ଉତ୍ତର ଓଡି଼ଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୧୨ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର
ଆସନ୍ତା ୨୪ ଘଣ୍ଟା ପାଇଁ ପୁରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ 
ଆସୁଛି ଲଘୁଚାପ, ୬ ଦିନ ପ୍ରବଳ ବର୍ଷିବ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।