Fresh Low Pressure Likely Tomorrow: କାଲି ପୁଣି ଲଘୁଚାପ, ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟରୁ ବଢ଼ିବ ବର୍ଷାର ପ୍ରଭାବ
ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇପାରେ। ଏ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ୩ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ବରକୁ ଅରେଂଜ ଆଲର୍ଟ ଜାରି କରାଯାଇଛି। ବାକି ୨୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ତେବେ ୩୦ତାରିଖରେ ବଢିପାରେ ବର୍ଷାର ପରିମାଣ।
ରବିବାର ପାଇଁ ୬ ଜିଲ୍ଲାକୁ ଅରେଂଜ ଆଲର୍ଟ ଜାରି ହୋଇଛି। ସେହିଦିନ ଲାଗି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ବାଲେଶ୍ବର ଖଇରାରେ ଆଜି ସର୍ବାଧିକ ୯୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା, ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।