Gajapati Under Orange Warning: ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି; ବିପଦପୂର୍ଣ୍ଣ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର

Sep 23, 2026 - 18:26
Gajapati Under Orange Warning: ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି; ବିପଦପୂର୍ଣ୍ଣ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର

ଗଜପତି ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ଗତକାଲି ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆଜି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ଏନେଇ ସୂଚନା ଦେଇଛନ୍ତି ଗଜପତି ଜିଲ୍ଲପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ମୋଟ ୬୩୩.୫ ମିଲିମିଟର ବର୍ଷା ହୋଇଛି। ମୋହନା ଓ ଆର ଉଦୟଗିରି ବ୍ଲକରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। କିନ୍ତୁ କୌଣସି ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଯାଇ ନାହିଁ। 

ବିପଦପୂର୍ଣ୍ଣ ଅଞ୍ଚଳରେ ଥିବା ଲୋକଙ୍କୁ ଗତକାଲି ରାତି ସୁଦ୍ଧା ସ୍ଥାନାନ୍ତର କରାଯାଇଛି। ଏଯାବତ ମୋଟ ୩ହଜାର ୧୭୦ ଜଣଙ୍କୁ ବନ୍ୟା ଆଶ୍ରୟସ୍ଥଳୀରେ ସ୍ଥାନାନ୍ତର କରାଯାଇଛି। ଏହାସହିତ ୭୦ ଜଣ ଗର୍ଭବତୀ ମହିଳାଙ୍କୁ ମଧ୍ୟ ପୂର୍ବରୁ ସ୍ଥାନାନ୍ତର କରାଯାଇଛି। ୩୫ ଜଣିଆ ଓଡ୍ରାଫ ଟିମ୍ ୩ଟି ବିଭାଗରେ ବିଭକ୍ତ ହୋଇ ରାୟଗଡା ବ୍ଲକ, ଆର ଉଦୟଗିରି ଏବଂ ମୁଖ୍ୟ କାର୍ଯ୍ୟାଳୟ ଅଞ୍ଚଳରେ ମୁତୟନ ହୋଇଛନ୍ତି।

  • ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • କୌଣସି ସ୍ଥାନରେ ଜଳବନ୍ଦୀ ସମସ୍ୟା ନାହିଁ
  • ବିପଦପୂର୍ଣ୍ଣ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।