Ganjam Cancels Government Employees’ Leave Amid Heavy Rain Possibility

Sep 20, 2026 - 23:02
Ganjam Cancels Government Employees’ Leave Amid Heavy Rain Possibility

#ସରକାରୀ_କର୍ମଚାରୀଙ୍କ_ଛୁଟି_ବାତିଲ !
ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନେଇଛି ନିଷ୍ପତ୍ତି। ୨୫ ତାରିଖ ଯାଏ ଅଫିସର ମାନେ ସଦର ମହକୁମା ନ ଛାଡ଼ିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିଭିନ୍ନ ବିଭାଗ ମଧ୍ୟରେ ନିରନ୍ତର ସମନ୍ୱୟ ରଖି ପରିସ୍ଥିତି ଉପରେ ନଜର ରଖିବା ସହ ଯେକୌଣସି ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି। ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ହୋଇଛି। ସମ୍ଭାବ୍ୟ ପ୍ରବଳ ବର୍ଷା, ପବନ, ଜଳବନ୍ଦୀ ଓ ଭୂସ୍ଖଳନ ଭଳି ପରିସ୍ଥିତିର ମୁକାବିଲା ପାଇଁ ଉଦ୍ଧାରକାରୀ ଯନ୍ତ୍ରପାତି, ଔଷଧ, ଆବଶ୍ୟକ ସାମଗ୍ରୀ ଓ ମାନବ ସମ୍ବଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସମୁଦ୍ରକୁ ଯାଇଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ତୁରନ୍ତ କୂଳକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହ ବଜ୍ରପାତ ଓ ପ୍ରବଳ ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।
#Ganjam#HeavyRain#OdishaWeather#RainAlert#GanjamDistrict#GovernmentEmployees#VKeerthiVasan#Fishermen#RainUpdate#OdishaNews#OdishaTV#OTV

Ganjam district administration has cancelled leave for government employees in view of the possibility of heavy rain. The Collector has directed officers not to leave the district headquarters until September 25 and stressed continuous coordination among departments to monitor the situation and take immediate action when required. A preparedness meeting chaired by Collector V. Keerthi Vasan reviewed arrangements for possible heavy rain, strong winds, waterlogging and landslides, with instructions to keep rescue equipment, medicines, essential supplies and manpower ready. Fishermen who have gone to sea have been advised to return to the coast immediately, while people have been advised to stay in safe places during lightning and heavy rain.

For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M

OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.

Stay tuned for all the breaking news !

Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/

#OdishaTV#OTV

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।