Heavy Rain Alert for 5 Southern Districts: ପୁଣି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା! ୪ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଲର୍ଟ
ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅନୁଭୂତ ହୋଇପାରେ।
ଆଜିଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ।
ଆଜି ପାଇଁ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୬ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Advertisment ବାକି ୧୭ ଜିଲ୍ଲାକୁ ବିଜୁଳି-ଘଡ଼ଘଡି ନେଇ ଚେତାବନୀ ଜାରି ହୋଇଛି।
ଏହି ସବୁ ଜିଲ୍ଲାମାନଙ୍କରେ ୩୦ରୁ ୫୦ କିମି ବେଗରେ ପବନ ହେବାକୁ ଥିବାରୁ ୟୋଲୋ ଆଲର୍ଟ ଜାରି କରାଯାଇଛି।
୩ ଓ ୪ ତାରିଖରେ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୫୦ରୁ ୬୦ ଓ ଝଟକା ପବନ ୭୦ କିମି ପର୍ଯ୍ୟନ୍ତ ହୋଇପାରେ।
ତାହାକୁ ଦୃଷ୍ଟିରେ ରଖି ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।