Heavy Rain Forecast for Odisha: ଅର୍ଣ୍ଣବ ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ପ୍ରଭାବ, ୫ ଜିଲ୍ଲାକୁ ଫ୍ଲାସ୍ ଫ୍ଲଡ୍ ଭୟ
ଛତିଶଗଡ଼ ମୁହାଁ ହେଉଥିବା ଗଭୀର ଅବପାତର ପ୍ରଭାବରେ ଓଡ଼ିଶାରେ ବଢ଼ିବ ବର୍ଷା ଓ ପବନର ପ୍ରକୋପ।
ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଝଡ଼ ପବନ ଆଶଙ୍କା ରହିଛି।
ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।
Advertisment ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା।
ସେହିପରି ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ଅତିପ୍ରବଳ ବର୍ଷା ହୋଇପାରେ।
ପାଣିପାଗର ଏହି ପରିବର୍ତ୍ତନ ଯୋଗୁଁ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହେବାର ଆଶଙ୍କା ରହିଛି।
କେବଳ ବର୍ଷା ନୁହେଁ, ପବନର ବେଗ ମଧ୍ୟ ବଢ଼ିବ।
ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନର ବେଗ ୮୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।
ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ଜୋରଦାର ପବନ ଆଶଙ୍କା ରହିଛି।
Advertisment ପ୍ରବଳ ବର୍ଷାକୁ ନେଇ ଦକ୍ଷିଣ ଓଡ଼ିଶାରେ ଫ୍ଲାସ୍ ଫ୍ଲଡ୍ ବା ଆକସ୍ମିକ ବନ୍ୟାର ଆଶଙ୍କା ମଧ୍ୟ ରହିଛି।
ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଏନେଇ ସତର୍କତା ଜାରି କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।