30 OCTOBER 2026

Welcome!

Unlock your personalized experience.
Sign Up

Heavy rain: କନ୍ଧମାଳରେ ୩ଜଣଙ୍କ ମୃତ୍ୟୁ ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Oct 30, 2026 - 16:57
Heavy rain: କନ୍ଧମାଳରେ ୩ଜଣଙ୍କ ମୃତ୍ୟୁ ଘଟଣା: ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ବାତ୍ୟା 'ଅର୍ଣ୍ଣବ' ଜନିତ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ସମୟରେ ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗେଶି ଗ୍ରାମରେ ୩ଜଣଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଡାଙ୍ଗେଶି ଗ୍ରାମର ଦମ୍ପତ୍ତି ଅଚ୍ୟୁତ ପ୍ରଧାନ, ଅନୀଷା ପ୍ରଧାନ ଏବଂ ସେମାନଙ୍କ ଶିଶୁସନ୍ତାନଙ୍କର ଦୁଃଖଦ ପ୍ରାଣହାନି ଘଟିଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। 

Important Meeting: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ସୂଚନାଯୋଗ୍ୟ, ପ୍ରବଳ ବର୍ଷାରେ ଗ୍ରାମର ୧୫ ଘର ଧୋଇଯାଇଥିବା ଜଣାପଡ଼ିଛି।ଘଟଣାସ୍ଥଳରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ଓ ଏସପି ରମେନ୍ଦ୍ର ପ୍ରସାଦ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।  
 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।