Jagannath, His Siblings Reach Saradhabali: ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲା ୩ ରଥ
ରଥଟଣା ସଫଳତାର ସହ ସମ୍ପନ୍ନ ହୋଇଛି। ଶ୍ରୀକ୍ଷେତ୍ର ପୁରୀରେ ତିନି ରଥ ଶରଧାବାଲିରେ ପହଞ୍ଚିଥିବା ବେଳେ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଉଠିଛି ସମଗ୍ର ବଡ଼ଦାଣ୍ଡ।
ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଥିଲା। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମଧ୍ୟ ଶରଧାବାଲିରେ ପହଞ୍ଚିଛି।
ଘଣ୍ଟ, ଶଙ୍ଖଧ୍ୱନି, ହରିବୋଲ ଓ ହୁଳହୁଳିରେ ସାରା ବଡ଼ଦାଣ୍ଡ ଭକ୍ତିମୟ ପରିବେଶରେ ମୁଖରିତ ହୋଇଉଠିଥିଲା। ଲକ୍ଷ ଲକ୍ଷ ଭକ୍ତଙ୍କ 'ଜୟ ଜଗନ୍ନାଥ' ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶ୍ରୀକ୍ଷେତ୍ର ପୁରୀ। ରଥଯାତ୍ରାର ଏହି ଦିବ୍ୟ ଦୃଶ୍ୟର ସାକ୍ଷୀ ହୋଇ ଭକ୍ତମାନେ ଭାବବିହ୍ୱଳ ହୋଇପଡ଼ିଥିଲେ।
ସରିଲା ରଥଟଣା... ଶରଧାବାଲିରେ ପହଞ୍ଚିଲା ୩ ରଥ। #JagannathRathYatra#RathYatra2026#PuriRathYatra#LordJagannath#OTVpic.twitter.com/J2nRRRSr8u
— ଓଟିଭି (@otvkhabar) July 17, 2026
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।