JP Nadda Admitted To AIIMS: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

Aug 14, 2026 - 13:14
JP Nadda Admitted To AIIMS: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ। ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ନଡ୍ଡାଙ୍କୁ ଅଗଷ୍ଟ ୧୩ ତାରିଖ (ଗୁରୁବାର) ସନ୍ଧ୍ୟାରେ ଭର୍ତ୍ତି କରାଯିବା ପରେ ତାଙ୍କର କରୋନାରୀ ଆଞ୍ଜିଓଗ୍ରାଫି କରାଯାଇଥିଲା। ସେ ବର୍ତ୍ତମାନ ସ୍ଥିର ଅଛନ୍ତି ଏବଂ ତାଙ୍କୁ ଏମ୍ସର ହୃଦରୋଗ ବିଭାଗରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯେଇଛି।

ଏ ନେଇ ଏକ ହସ୍ପିଟାଲ ପକ୍ଷରୁ ଏକ ବିବୃତ୍ତି ପ୍ରକାଶ ପାଇଛି। ବିବୃତ୍ତିରେ କୁହାଯାଇଛି ଯେ ନଡ୍ଡାଙ୍କୁ ଅଗଷ୍ଟ ୧୩ ତାରିଖ ସନ୍ଧ୍ୟାରେ କରୋନାରୀ ଆଞ୍ଜିଓଗ୍ରାଫି ସମେତ ଅନେକ ଟେଷ୍ଟ କରାଯାଇଛି। 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ODISHA TV - ଓଡିଶା ଟିଭି ଦେଖନ୍ତୁ।