Judgement: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା: ବିଦ୍ୟାଭାରତୀଙ୍କୁ ଶକ୍ତ ଝଟକା
କଟକ : ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଭାରତୀ ପଣ୍ଡା ଙ୍କୁ ଝଟକା ଲାଗିଛି।
ଓଡ଼ିଶା ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ ଖାରଜ ହୋଇଛି।
ଏସିଏଫ ସୌମ୍ୟରଂଜନ ମହାପାତ୍ର ମୃତ୍ୟ ମାମଲାରେ ଛନ୍ଦି ହୋଇଥିବା ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଗିରଫ ଭୟ ବଢ଼ିଛି।
Advertisment ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡାଙ୍କ ଆଗୁଆ ଜାମିନ ଆବେଦନର ହାଇକୋର୍ଟରେ ଗତକାଲି ଶୁଣାଣି ଶେଷ ହୋଇଛି।
ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନର ଆଜି ଚୂଡାନ୍ତ ପର୍ଯ୍ୟାୟ ଶୁଣାଣି ହୋଇଥିଲା।
ଆବେଦନକାରୀ, ରାଜ୍ୟ ସରକାର ଓ ଏତଲାକାରୀଙ୍କ ତରଫରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା।
ହାଇକୋର୍ଟ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପ୍ରସଂଗ ନେଇ ବିଦ୍ୟାଭରତୀ ସିଆରପିସିର ଧାରା ୨୦୫ରେ ଦାୟର କରିଥିବା ଆବେଦନକୁ ଖାରଜ କରି ପାରଳାଖେମୁଣ୍ଡି ଏସଡିଜେଏମ ଅଦାଲତ ୨୦୨୩, ଜୁନ ୨୩ ଓ ୨୦୨୪, ମାର୍ଚ୍ଚ ୧୧ରେ ଦେଇଥିବା ନିର୍ଦ୍ଦେଶରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଥିଲେ।
ଏଥି ସହିତ ଏସଡିଜେଏମ ଅଦାଲତଙ୍କ ଏପରି ନିର୍ଦ୍ଦେଶ ବିରୋଧରେ ବିଦ୍ୟାଭାରତୀ ଦାୟର କରିଥିବା ଦୁଇ ଆବେଦନକୁ ୨୦୨୬, ସେପ୍ଟେମ୍ବର ୩ରେ ହାଇକୋର୍ଟ ଖାରଜ କରିଥିଲେ।
ଅକ୍ଟୋବର ୧ ତାରିଖ ବା ଏହା ପୂର୍ବରୁ ଏସଡିଜେଏମ ଅଦାଲତରେ ହାଜର ହେବାକୁ ବିଦ୍ୟାଭାରତୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ଏହି ନିର୍ଦ୍ଦେଶ ବିରୋଧରେ ସେ ସୁପ୍ରିମକୋର୍ଟରେ ଏସଏଲପି ଦାୟର କରିଥିଲେ।
ବିଦ୍ୟାଭାରତୀ ଆଗୁଆ ଜାମିନ ପାଇଁ ଆବେଦନ କରି ପାରିବେ ବୋଲି ସୁପ୍ରିମକୋର୍ଟ କହିବା ସହିତ ତାଙ୍କ ଏସଏଲପିକୁ ସେପ୍ଟେମ୍ବର ୨୮ରେ ଖାରଜ କରିଥିଲେ।
ଏହାପରେ ଆତ୍ମସମର୍ପଣ ପାଇଁ ଅଧିକ ସମୟ ବିଦ୍ୟାଭାରତୀଙ୍କୁ ହାଇକୋର୍ଟ ପ୍ରଦାନ କରିଥିଲେ।
ଅକ୍ଟୋବର ୩୦ ସୁଦ୍ଧା ଏସଡିଜେଏମ ଅଦାଲତରେ ହାଜର ହୋବକୁ ବିଦ୍ୟାଭାରତୀଙ୍କୁ ହାଇକୋର୍ଟ ସେପ୍ଟେମ୍ବର ୩୦ରେ ଅନୁମତି ଦେଇଥିଲେ।
ଏହାପରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ବିଦ୍ୟାଭାରତୀ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଦାୟର କରିଥିଲେ।
ଅକ୍ଟୋବର ୨୩ରେ ହାଇକୋର୍ଟ ଆଗୁଆ ଜାମିନ ଆବେଦନର ଶୁଣାଣି କରି କେସ ଡାଏରି ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।
Judgement: କନିକା ତହସିଲଦାରଙ୍କ ବ୍ୟକ୍ତିଗତ ହାଜିରା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୧, ଜୁଲାଇ ୧୨ ରାତିରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଫରେଷ୍ଟ କଲୋନିସ୍ଥିତ ନିଜ ସରକାରୀ ବାସଭବନରେ ଏସିଏଫ୍ ସୌମ୍ୟରଞ୍ଜନ ସନ୍ଦେହଜନକ ଅବସ୍ଥାରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ।
୧୩ ତାରିଖ ଦିନ ତାଙ୍କ ମୃତ୍ୟୁ ହୋଇଥିଲା।
ଏହି ଘଟଣାରେ ସୌମ୍ୟରଞ୍ଜନଙ୍କ ପତ୍ନୀ, ତତ୍କାଳୀନ ଡିଏଫଓ ଓ ରୋଷେୟାଙ୍କ ସଂପୃକ୍ତି ଥିବା ପରିବାର ତରଫରୁ ଅଭିଯୋଗ କରାଯାଇଥିଲା।
ତଦନ୍ତକାରୀ ସଂସ୍ଥାର ତଦନ୍ତରେ ଅସନ୍ତୋଷବ୍ୟକ୍ତ କରି ସୌମ୍ୟରଂଜନଙ୍କ ବାପା ଅଭିରାମ ମହାପାତ୍ର ଏସଡିଜେଏମ ଅଦାଲତରେ ପ୍ରୋଟେଷ୍ଟ ପିଟିସନ ଦାୟର କରିଥିଲେ।
୨୦୨୩, ଏପ୍ରିଲ ୧୨ରେ ପାରଳାଖେମୁଣ୍ଡି ଏସଡିଜେଏମ ଅଦାଲତ ଏହି ପିଟିସନର ଶୁଣାଣି କରି ବିଦ୍ୟାଭାରତୀ, ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ଆଇପିସିର ଦଫା ୩୦୨ ଓ ୧୨୦-ଖ'ରେ କଗନିଜାନ୍ସ ଗ୍ରହଣ କରିଥିଲେ।
ଏହି କଗନିଜାନ୍ସ ନିର୍ଦ୍ଦେଶ ବିରୋଧରେ ବିଦ୍ୟାଭାରତୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇ ପୂର୍ବରୁ ନିରାଶ ହୋଇଥିଲେ।
୨୦୨୫, ଅକ୍ଟୋବର ୨୩ରେ ତତ୍କାଳୀନ ଡିଏଫଓ ଶ୍ରୀ ବେହେରା ଓ ରୋଷେୟା ଶ୍ରୀ କୁମ୍ଭଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟ ଖାରଜ କରିଥିଲେ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।