Judgement: ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି ଜାହାଜକୁ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Sep 10, 2026 - 08:56
Judgement: ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି ଜାହାଜକୁ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

"କଟକ: ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ବ୍ୟାବସାୟିକ ବିବା‌ଦକୁ ନେଇ ଇଣ୍ଟରଓସିନ ସିପିଙ୍ଗ୍‌ (ଇଣ୍ଡିଆ) ପ୍ରାଇଭେଟ ଲିମିଟେଡ ପକ୍ଷରୁ ଦାୟର ସାମୁଦ୍ରିକ ବିବାଦ ସଂପର୍କିତ ଆବେଦନର ହାଇକୋର୍ଟ ଶୁଣାଣି କରି ପାରାଦୀପ ବନ୍ଦରରେ ଏମ୍‌ଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।Advertisment ଅନ୍ତରୀଣ ନିର୍ଦ୍ଦେଶ ପ୍ରଦାନ ଅନ୍ୟ ପକ୍ଷରେ ଏ ସଂକ୍ରାନ୍ତୀୟ ମୂଳ ସାମୁଦ୍ରିକ ବିବାଦ ମାମଲାରେ ପ୍ରତିପକ୍ଷ ଏମଟି ୟୁନିଟି (ଆଇଏମଓ ୯୩୮୮୭୯୨) ଓ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି।

ବିଚାରାଧୀନ ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ପର୍ଯ୍ୟନ୍ତ ଜାହାଜ ଏମ୍‌ଟି ୟୁନିଟି (ଆଇଏମଓ ୯୩୮୮୭୯୨) ସଂପର୍କିତ ଦେୟ ବାବଦ ଅର୍ଥକୁ ଆବେଦନକାରୀ ସଂସ୍ଥାର ଜମା ରାଶିରୁ ନ କାଟିବାକୁ ପାରାଦୀପ ବନ୍ଦର ଟ୍ରଷ୍ଟକୁ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀ ସଂସ୍ଥାର ମୂଳ ଆବେଦନ ଓ ମଧ୍ୟବର୍ତ୍ତିକାଳୀନ ଦୁଇ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ଟୋବର ୧୨କୁ ମାମଲାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି। 'Sambad' Literary Festival in Rayagada: ରାୟଗଡ଼ାରେ "ସମ୍ବାଦ" ସାହିତ୍ୟ ସମାରୋହ: "ସାହିତ୍ୟକୁ ଛାଡ଼ି ଭାଷା ବଞ୍ଚିପାରିବନି" ମାମଲାର ବିବରଣୀରୁ ପ୍ରକାଶ ଯେ ୪୨ ଲକ୍ଷ ୮୩ହଜାର ୨୭୧ ଟଙ୍କା ଦାବି କରି ଜାହାଜ ବିରୋଧରେ ଆବେଦନକାରୀ ସଂସ୍ଥା ଏହି ମାମଲା ଦାୟର କରିଛି।

ମୂଳ ସାମୁଦ୍ରିକ ବିବାଦ ମାମଲା ବିଚାରାଧୀନ ଥିବା ବେଳେ ଜାହାଜକୁ ଆରେଷ୍ଟ କରାଯାଉ ବୋଲି ଦର୍ଶାଇ ଆବେଦନକାରୀ ଅନ୍ତରୀଣ ଆବେଦନ ଦାୟର କରିଥିଲେ।

ପ୍ରତିପକ୍ଷ ଜାହାଜଟି ଖୁବ ଶୀଘ୍ର ପାରାଦୀପ ବନ୍ଦର ଛାଡ଼ି ଚାଲିଯାଇ ପାରେ ବୋଲି ଆବେଦନକାରୀ ଦର୍ଶାଇଥିଲେ।

ଯଦି ପାରାଦୀପ ବନ୍ଦରରୁ ଜାହାଜ ଅନ୍ୟତ୍ର ଚାଲିଯାଏ ତେବେ ଏହି ମାମଲା ଅପ୍ରାସଂଗିକ ହୋଇଯିବ ବୋଲି ଶୁଣାଣି ବେଳେ ସ୍ପଷ୍ଟ ‌ହୋଇଥିଲା।

ଏହାପରେ ହାଇକୋର୍ଟ ଜାହାଜକୁ ପାରଦୀପ ବନ୍ଦରରେ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।