10 OCTOBER 2026

Welcome!

Unlock your personalized experience.
Sign Up

Maternal mortality: ମାତୃମୃତ୍ୟୁ ହାର ସର୍ବନିମ୍ନ ସ୍ତରକୁ ଆଣିବାକୁ ପଦକ୍ଷେପ ନିଅ: ମୁଖ୍ୟମନ୍ତ୍ରୀ

Oct 09, 2026 - 05:46
Maternal mortality: ମାତୃମୃତ୍ୟୁ ହାର ସର୍ବନିମ୍ନ ସ୍ତରକୁ ଆଣିବାକୁ ପଦକ୍ଷେପ ନିଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱାସ୍ଥ୍ୟ, ପୁଷ୍ଟିସାଧନ ଓ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ହିଁ ଏକ ମଜଭୁତ ସମାଜ ଗଠନ ହୋଇପାରିବ। ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ସହ ଜଡ଼ିତ ଏହି କ୍ଷେତ୍ରଗୁଡ଼ିକର କାର୍ଯ୍ୟଦକ୍ଷତା ଆହୁରି ଉନ୍ନତ ହେବା ଆବଶ୍ୟକ। ତେଣୁ ସଂପୃକ୍ତ ବିଭାଗଗୁଡ଼ିକୁ ଅଧିକ ତତ୍ପର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଲୋକସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସାମାଜିକ କ୍ଷେତ୍ରର ସମସ୍ୟା ସମାଧାନ ଓ ଉନ୍ନତି ପାଇଁ ଏକ ଉଚ୍ଚସ୍ତରୀୟ ‘ପ୍ରୟାସ’ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସାମାଜିକ କ୍ଷେତ୍ରର ବିଭିନ୍ନ ଜଟିଳ ସମସ୍ୟାକୁ ତୃଣମୂଳ ସ୍ତରରେ ଅନୁଧ୍ୟାନ କରି ସେଗୁଡ଼ିକର ସ୍ଥାୟୀ ତଥା ତ୍ୱରିତ ସମାଧାନ ପାଇଁ ଏକ ଗଠନମୂଳକ ପ୍ଲାଟଫର୍ମର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରାଯାଇଛି। ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକାରିତାକୁ ନେଇ ବିସ୍ତୃତ ସମୀକ୍ଷା ହୋଇଛି।

Election: ଆଜି ଆସିବ ଉପନିର୍ବାଚନ ଫଳ

ରାଜ୍ୟରେ ମାତୃମୃତ୍ୟୁ ହାରକୁ ସର୍ବନିମ୍ନ ସ୍ତରକୁ ଆଣିବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ପରାମର୍ଶ ଦିଆଯାଇଛି। ଏହାସହ ଶିଶୁମୃତ୍ୟୁ ହାର ତଥା ନବଜାତ ଶିଶୁ ମୃତ୍ୟୁ ହାର କମାଇବାର ଲକ୍ଷ୍ୟକୁ ଏକ ଅଭିଯାନ ସ୍ୱରୂପ ଗ୍ରହଣ କରିବାକୁ ହେବ। ପ୍ରସୂତି ଓ ନବଜାତ ଶିଶୁଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇବା, ସ୍ୱାସ୍ଥ୍ୟକର୍ମୀଙ୍କ ଦାୟିତ୍ୱବୋଧ ବୃଦ୍ଧି ଓ ମେଡିକାଲରେ ଜରୁରିକାଳୀନ ସେବାକୁ ଅଧିକ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଶିଶୁଙ୍କ ପୁଷ୍ଟିହୀନତା ସମସ୍ୟା ସମ୍ପୂର୍ଣ୍ଣ ଭାବେ ଦୂର କରିବା ପାଇଁ ‘ସୁପୋଷିତ ଓଡ଼ିଶା’ ଅଭିଯାନକୁ ଅଧିକ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯାହାଫଳରେ ମା’ ଓ ଶିଶୁଙ୍କ ସ୍ୱାସ୍ଥ୍ୟାବସ୍ଥାରେ ବହୁବିଧ ଉନ୍ନତି ଆସିପାରିବ। ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମାଧ୍ୟମରେ ପ୍ରଦାନ କରାଯାଉଥିବା ଖାଦ୍ୟ ଓ ପୁଷ୍ଟିକର ସାମଗ୍ରୀର ମାନ ତଥା ନିରୀକ୍ଷଣ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରଦାନ କରିଛନ୍ତି। ସେହିପରି ଶିକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ନିମନ୍ତେ ପ୍ରାଥମିକ ସ୍ତରରୁ ହିଁ ପିଲାଙ୍କ ମୌଳିକ ଶିକ୍ଷାର ମାନ ବୃଦ୍ଧି କରିବା ପାଇଁ ସମସ୍ତ ଚେଷ୍ଟା କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ଶିକ୍ଷାଦାନ ଓ ଶିକ୍ଷାର ମୂଳ କାର୍ଯ୍ୟକ୍ରମଗୁଡ଼ିକ ଉପରେ ଶିକ୍ଷକମାନେ ସମ୍ପୂର୍ଣ୍ଣ ଧ୍ୟାନ କେନ୍ଦ୍ରିତ କରିବେ। ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ମାନ ବୃଦ୍ଧି ପାଇବ।

Delhi Security: ଦିଲ୍ଲୀରେ ବ୍ୟାପକ ଅର୍ଦ୍ଧସାମରିକ ବାହିନୀ ଓ ପୁଲିସ ଫୋର୍ସ ମୁତୟନ

ବୈଠକରେ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀ ଯୋଗଦେଇ ନିଜ ନିଜ ବିଭାଗର କାର୍ଯ୍ୟପନ୍ଥା ସମ୍ପର୍କରେ ଅବଗତ କରାଇଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିସନର ଡି.କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ସ୍ୱାସ୍ଥ୍ୟ ସଚିବ ଅଶ୍ୱତୀ ଏସ୍., ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ତିରୁମାଲା ନାଏକ ଓ ସମନ୍ୱିତ ଶିଶୁ ବିକାଶ ଓ ସମାଜ କଲ୍ୟାଣର ନିର୍ଦ୍ଦେଶିକା ମନିଷା ବାନାର୍ଜୀ ପ୍ରମୁଖ ଉପସ୍ଥିତ ଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMBAD - ସମ୍ବାଦ ଦେଖନ୍ତୁ।