Mettle Meet 2026: Live Updates: ଆଜି ଗ୍ରାଣ୍ଡ୍ ଫିନାଲେ
ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୦ଟି ଟିମ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୧ଟି ଟିମ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫିନାଲେ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ ମନୋନୀତ ହୋଇଛନ୍ତି।
ତେବେ ଏହି କୁଇଜ୍ ମହାକୁମ୍ଭର ଆଜି ଗ୍ରାଣ୍ଡ ଫିନାଲେ। ଏହାର ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆଜି ସିନିୟର ଓ ଜୁନିୟର ଫାଇନାଲିଷ୍ଟ ମଧ୍ୟରେ କଡ଼ା ଟକ୍କର ହେବା ସହିତ ବିଜେତା ଚୟନ କରାଯିବା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।