Mettle Meet 2026: ଜୁନିଅର ଫାଇନାଲରେ ୮ ଟିମ୍, ଆସନ୍ତାକାଲି ମହାମୁକାବିଲା
ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍-୮’ ଟିମ୍। ଜୁନିଅର ବର୍ଗରେ ମୋଟ୍ ୩୯ ଟିମ୍ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ ୮ଟି ଟିମ୍ ଗ୍ରାଣ୍ଡ ଫିନାଲେକୁ ଯାଇଛନ୍ତି। ଏହି ଜୁନିଅର ଟିମ୍ରେ ଡିଏଭି କଳିଙ୍ଗ, କିଟ୍ ଇଣ୍ଟରନ୍ୟାଶନାଲ ସ୍କୁଲ, ଡିଏଭି ସିଡିଏ, କଟକ ଡିଏଭି ୟୁନିଟ୍ ୮, ଡିଏଭି ପୋଖରୀପୁଟ, ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ, ମଦର୍ସ ପବ୍ଲିକ ସ୍କୁଲ ଏବଂ ଲୋୟୋଲା ସ୍କୁଲ ଗ୍ରାଣ୍ଡ ଫିନାଲେକୁ ଟିକେଟ ପାଇଛନ୍ତି।
ପ୍ରକାଶଯୋଗ୍ୟ, ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ ଇଭେଣ୍ଟ ‘ମେଟଲ ମିଟ୍-୨୦୨୬’ ଲାଗି ଶନିବାର ସକାଳ ୮.୩୦ରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜୁନିଅର ବର୍ଗଙ୍କ ପରେ ସିନିୟର ବର୍ଗଙ୍କ ମଧ୍ୟରେ ପ୍ରିଲିମ ରାଉଣ୍ଡ ଅନୁଷ୍ଠିତ ହେବ। ଏଥର ବି ‘ମେଟଲ ମିଟ୍’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।
କାର୍ଯ୍ୟକ୍ରମ ଆରମ୍ଭରେ ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସମସ୍ତ ପ୍ରତିଯୋଗୀ ଜଣେ ଜଣେ ବିଜୟୀ ବୋଲି କହିଥିଲେ।
ସେହିପରି ‘ଓଡ଼ିଶାପୋଷ୍ଟ’ ଏବଂ ‘ଧରିତ୍ରୀ’ର ସମ୍ପାଦକ ତଥାଗତ ସତପଥୀ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରି କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।