Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

Aug 09, 2026 - 21:53
Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି।

ଏହି କଡ଼ା ମୁକାବିଲାରେ ଆଇଆଇଟି ଗୁଆହାଟୀ  ପ୍ରଥମ ରନର୍ସ-ଅପ୍ ହୋଇଥିବାବେଳେ, କଟକର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଏନ୍.ଏଲ୍.ୟୁ.ଓ. ଦ୍ୱିତୀୟ ରନର୍ସ-ଅପ୍ ସ୍ଥାନ ଅଧିକାର କରିଛି। ମେଟଲ ମିଟ୍ ୨୦୨୬ର ସିନିୟର ବର୍ଗ ଏହାର ଯୋଗ୍ୟ ଚାମ୍ପିୟନମାନଙ୍କ ପାଇଁ  ଏକ ସ୍ମରଣୀୟ ଅଧ୍ୟାୟ ସୃଷ୍ଟି କରିଛି।

Image

ମେଟଲ ମିଟ୍ ୨୦୨୬ର ଜୁନିୟର ବର୍ଗରେ ଡିଏଭି ପବ୍ଲିକ ସ୍କୁଲ, ୟୁନିଟ-୮ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏହି କଡ଼ା ପ୍ରତିଯୋଗିତାରେ ମଦର୍ସ ପବ୍ଲିକ ସ୍କୁଲ, ୟୁନିଟ-୧, ଭୁବନେଶ୍ୱର ପ୍ରଥମ ରନର୍ସ-ଅପ୍ ହୋଇଥିବାବେଳେ କିଟ୍ ଆନ୍ତର୍ଜାତୀୟ ବିଦ୍ୟାଳୟ ଭୁବନେଶ୍ୱର ଦ୍ୱିତୀୟ ରନର୍ସ-ଅପ୍ ସ୍ଥାନ ଅଧିକାର କରିଛି।

Image

ସ୍ୱସ୍ତି ପ୍ରିମିୟମ ହୋଟେଲ୍‌ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ମୋଟ ୮୦ଟି ଟିମ୍‌ ଅଂଶଗ୍ରହଣ କରିଥିଲେ। ପ୍ରିଲିମ୍ସ ରାଉଣ୍ଡର ଜୁନିୟର ବର୍ଗରେ ୩୯ ଓ ସିନିୟର ବର୍ଗରେ ୪୧ଟି ଟିମ୍‌ ଭାଗ ନେଇଥିଲେ। ସେଥିମଧ୍ୟରୁ ଗ୍ରାଣ୍ଡ ଫିନାଲେ ପାଇଁ ଉଭୟ ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।